ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ସ୍ଥାନରେ ଗାଳିବ ବର୍ଷା: ୨୧ଟି ଜିଲ୍ଲାକୁ ୟଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର : ବର୍ତ୍ତମାନ ରାଜ୍ୟରେ ଦୁର୍ବଳ ରହିଛି ମୌସୁମୀ । ଫଳରେ ଅନେକ ସ୍ଥାନରେ କାଁ ଭାଁ ବର୍ଷା ଦେଖିବାକୁ ମିଳୁଛି । ତେବେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କିଛି କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ଯାହାକୁ ନେଇ ୨୧ଟି ଜିଲ୍ଲାକୁ ୟଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା, ମାଲକାନଗିରି, କୋରାପୁଟ ଜିଲ୍ଲାରେ ବିଜୁଳି ଘଡଘଡି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଆଶଙ୍କା ରହିଛି । ଏହାପରେ ଅର୍ଥାତ୍ ୨୯ ତାରିଖରୁ ପାଗ ଶୁଖିଲା ରହିବ । ଅଗଷ୍ଟ ଶେଷ ୪ ଦିନ ରାଜ୍ୟରେ ପାଗ ଶୁଖିଲା ରହିବ । ବିଶେଷ ବର୍ଷା ହେବ ନାହିଁ । ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ନିର୍ଦ୍ଦେଶକ ଏଚ,ଆର୍ ବିଶ୍ୱାସ ସୂଚନା ଦେଇଛନ୍ତି ।

Related Posts