ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୨୪ ଘଣ୍ଟାରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା, ୪ ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି

ଭୁବନେଶ୍ୱର ( ସତ୍ୟପାଠ ବ୍ୟୁରୋ ): ବଙ୍ଗୋପସାଗର ରେ ସୃଷ୍ଟ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ବର୍ଷାର ପରିମାଣ ବଢିବ । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ଉପକୂଳ ଓଡିଶା ବର୍ଷା ଦ୍ଵାରା ବିଶେଷ ପ୍ରଭାବିତ ହେବ । ଏନେଇ ସୂଚନା ଦେଇଛି ପାଣିପାଗ ବିଭାଗ। ଏହା ସହିତ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୪ ଜିଲ୍ଲାକୁ ସତର୍କ ସୂଚନା ଜାରୀ କରାଯାଇଛି । ଭଦ୍ରକ, କେଉଁଝର, ମୟୂରଭଞ୍ଜ, ବାଲେଶ୍ୱର ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ ପାଣିପାଗ ବିଭାଗ ଜାରୀ କରିଛି ।

ସେହିପରି ୧୦ଟି ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରୀ ହୋଇଛି । ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, ଢେଙ୍କାନାଳ, କଟକ, ପୁରୀ, ଗଞ୍ଜାମ, ଗଜପତି ଓ ଖୋର୍ଦ୍ଧା । ବୁଧବାର ମଧ୍ୟ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ଅନ୍ୟପକ୍ଷରେ ରାଜ୍ୟରେ ଦେଖାଦେଇଥିବା ବନ୍ୟା ସ୍ଥିତି ରେ ସାମାନ୍ୟ ସୁଧାର ଆସିଥିବା ବେଳେ ପୁଣି ଏକ ବର୍ଷା ଆସିଛି। ଉତ୍ତର ଓଡ଼ିଶାରେ ସୁବର୍ଣ୍ଣରେଖା ନଦୀ ବଢିବା ଫଳରେ ବାଲେଶ୍ଵର ଜିଲ୍ଲା ବିଶେଷ ପ୍ରଭାବିତ ହୋଇଛି। ସେପଟେ ଉତ୍ତର ଓଡ଼ିଶାରେ ପୁଣି ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଲୋକଙ୍କ ଚିନ୍ତା ବଢି ଯାଇଛି।

Related Posts