ରାଜ୍ୟରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷ ସମ୍ଭାବନା, ୧୫ ଜିଲ୍ଲାକୁ ୟେଲୋଓ୍ଵାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର ( ସତ୍ୟପାଠ ବ୍ୟୁରୋ ): ରାଜ୍ଯରେ ଆଗାମୀ ୨୪ ଘଣ୍ଟା ମଧ୍ଯରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏ ନେଇ ୧୫ ଜିଲ୍ଲାକୁ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଉକ୍ତ ୧୫ ଜିଲ୍ଲାଗୁଡିକ ହେଲା- ବରଗଡ଼, ଝାରସୁଗୁଡା, ସୁନ୍ଦରଗଡ଼, ସମ୍ବଳପୁର, ଦେବଗଡ, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ବୌଦ୍ଧ, କନ୍ଧମାଳ ଓ ସୋନପୁର।ସେହିପରି ଓଡିଶାର ଅନ୍ୟ ଜିଲ୍ଲାଗୁଡ଼ିକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସମସ୍ତ ଜିଲ୍ଲାଗୁଡ଼ିକ ପାଇଁ ୟେଲୋଓ୍ଵାର୍ଣ୍ଣିଂ ଜାରି କରାଯାଇଛି।ସେହିପରି ଭୁବନେଶ୍ୱର ଓ କଟକ ଆଖପାଖ ଅଞ୍ଚଳର ଆକାଶ ଆଂଶିକ ମେଘୁଆ ରହିବା ସହ କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ।

Related Posts