ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ହେବାକୁ ଥିବା ଲଘୁଚାପ ପ୍ରଭାବରେ ଆସନ୍ତା ୧୮ ଓ ୧୯ ତାରିଖରେ ପ୍ରବଳ ବର୍ଷିବ ବର୍ଷା

ଭୁବନେଶ୍ୱର: ଆସନ୍ତା ୧୮ ତାରିଖରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ । ଫଳରେ ଏହାର ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ହେବ । ପଶ୍ଚିମ ଓ ଦକ୍ଷିଣ ଓଡ଼ିଶା ସମେତ ଉପକୂଳର ବିଭିନ୍ନ ଜିଲ୍ଲାରେ କିଛି ସ୍ଥାନରେ ବର୍ଷିବ । ଆଞ୍ଚଳିକ ପାଣିପାଗ ବିଭାଗ ଏଭଳି ପୂର୍ବାନୁମାନ କରିଛି।

୧୮ରେ କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ଗଞ୍ଜାମ, ଗଜପତି, ପୁରୀ ଓ ଜଗତସିଂହପୁରର ଗୋଟିଏ ୨ଟି ସ୍ଥାନରେ ଅଧିକ ବର୍ଷା ହୋଇପାରେ । ୧୯ରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର ଓ କେନ୍ଦ୍ରାପଡ଼ାରେ ପ୍ରବଳ ବର୍ଷାର ସମ୍ଭାବନା ଅଛି । ୨୦ରେ କଳାହାଣ୍ଡି, କନ୍ଧମାଳ, ବୌଦ୍ଧ ଓ ଅନୁଗୁଳର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ସେହିଭଳି ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ଭାରୀ ବର୍ଷା ସମ୍ଭାବନା ଅଛି ।

Related Posts