ଆସନ୍ତାକାଲିଠୁ ଶ୍ରୀମନ୍ଦିର ନାଟମଣ୍ଡପ ମରାମତି ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର (ସତ୍ୟପାଠ ବ୍ୟୁରୋ): ଶ୍ରୀମନ୍ଦିର ନାଟମଣ୍ଡପ ଓ ଜଗମୋହନ ପ୍ରସଙ୍ଗରେ ହାଇକୋର୍ଟଙ୍କ ବଡ଼ ନିର୍ଦ୍ଦେଶ । ଆସନ୍ତାକାଲିଠାରୁ ନାଟମଣ୍ଡପ ମରାମତି ଲାଗି ହାଇକୋର୍ଟଙ୍କ ନିର୍ଦ୍ଦେଶ । ଏହା ସହ ଜଗମୋହନ ମରାମତି ମଧ୍ୟ କରାଯିବ । ଆସନ୍ତାକାଲିଠାରୁ ନାଟମଣ୍ଡପ ମରାମତି ଲାଗି ASIକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ମରାମତି ଲାଗି ସମସ୍ତ ସହଯୋଗ ଶ୍ରୀମନ୍ଦିର ପ୍ରଶାସନ ଯୋଗାଇବ ।

ମରାମତି କାମର ଅନୁଧ୍ୟାନ କରିବେ ଆମିକସ୍ କ୍ୟୁରି । ଏନେଇ ମନ୍ଦିର ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ମରାମତି କାମ ଅନୁଧ୍ୟାନ କରି ପ୍ରତି ୧୫ ଦିନରେ ଆମିକସ୍ କ୍ୟୁରି ହାଇକୋର୍ଟଙ୍କୁ ରିପୋର୍ଟ ଦେବେ । ଡିସେମ୍ବର ୪ ତାରିଖରେ ଏହି ମାମଲାର ପରବର୍ତ୍ତୀ ଶୁଣାଣି ହେବ ବୋଲି ସୂଚନା ମିଳିଛି।

Related Posts