ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ମାମଲା: ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁକୁ ଅନ୍ତରୀଣ ଜାମିନ ଦେଲେ ହାଇକୋର୍ଟ

କଟକ : ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ମାମଲାରେ ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁକୁ ଅନ୍ତରୀଣ ଜାମିନ ପ୍ରଦାନ କରିଛନ୍ତି ହାଇକୋର୍ଟ । ଦୁଇ ସପ୍ତାହ ପାଇଁ ଏହି ଅନ୍ତରୀଣ ଜାମିନ ପ୍ରଦାନ କରାଯାଇଛି। ତେବେ ତାଙ୍କ ପୁଅ ଏବଂ ପତ୍ନୀଙ୍କ ସ୍ବାସ୍ଥ୍ୟାବସ୍ଥା ଠିକ୍ ନଥିବା ବେଳେ, ଏନେଇ ସେ ଜାମିନ ଆବେଦନ କରିଥିବା ବେଳେ, ମାନ୍ୟବର କୋର୍ଟ ତାଙ୍କୁ ଜାମିନ ଦେଇଛନ୍ତି ।

ପୂର୍ବରୁ ଫେବୃଆରୀ ୧୧ ତାରିଖରେ ମମିତା ମେହେର ହତ୍ୟା ଘଟଣାରେ ଚାର୍ଜସିଟ ଦାଖଲ କରିଥିଲା ବଲାଙ୍ଗୀର ପୋଲିସ । ବଙ୍ଗୋମୁଣ୍ଡା JMFC କୋର୍ଟରେ ଚାର୍ଜସିଟ ଦାଖଲ କରିଥିଲା ପୋଲିସ। ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁ ଓ ରାଧେଶ୍ୟାମ ନାଁରେ ଚାର୍ଜସିଟ ଦାଖଲ ହୋଇଥିଲା । ୧୨୦ ଦିନ ପୂର୍ବରୁ ବଲାଙ୍ଗୀର ପୋଲିସ କୋର୍ଟରେ ଚାର୍ଜସିଟ ଦାଖଲ କରିଥିଲା । ୨ ହଜାର ପୃଷ୍ଠାର ଚାର୍ଜସିଟ ଦାଖଲ କରିଥିବା ସୂଚନା ମିଳିଥିଲା ।

କଳାହାଣ୍ଡି ସନସାଇନ୍ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ନିଖୋଜ ଘଟଣାର ମୋଷ୍ଟ ଓ୍ବାଣ୍ଟେଡ ଗୋବିନ୍ଦ ସାହୁ ଗିରଫ । ଫେରାର ଥିବା ଗୋବିନ୍ଦ ସାହୁଙ୍କୁ ସିନ୍ଦେକେଲା ଥାନା ବୁଢୀପଦର ଗାଁର ଏକ ଆଖୁ କିଆରୀରୁ ଗିରଫ କଲା ବଲାଙ୍ଗୀର ପୋଲିସ । ଟ୍ବିଟ୍ କରି ବଲାଂଗୀର ଏସପି ସୂଚନା ଦେଇଛନ୍ତି ।

ସୂଚନା ଥାଉକି, ବଲାଙ୍ଗୀର ସନସାଇନ୍ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ନିଖୋଜ ପରେ ମହାଲିଙ୍ଗ ସ୍ଥିତ ସରକାରୀ ସ୍କୁଲର ନିର୍ମାଣଧୀନ ଖେଳ ପଡିଆରୁ। ପ୍ରାୟ ୫ ଫୁଟ ମାଟି ତଳୁ ପୋଡା ହାଡ, ରୂପା ପାଉଁଜି, ଭ୍ୟାନିଟି ବ୍ୟାଗ ମିଳିଥିଲା । ସେସବୁ ମମିତାଙ୍କର ବୋଲି ପରିବାରଲୋକ ଚିହ୍ନଟ କରିଥିଲେ ।

ସ୍କୁଲ ଅଧ୍ୟକ୍ଷା ମମିତା ମେହେର ୨୦୨୧ ମସିହା ଅକ୍ଟୋବର ୮ ତାରିଖଠାରୁ ନିଖୋଜ ଥିଲେ । ପରିବାରଲୋକ ଉକ୍ତ ମାସ ୧୨ ତାରିଖରେ ବଲାଙ୍ଗୀର ଜିଲ୍ଲା ସିନ୍ଦକେଲା ଥାନାରେ ମାମଲା ରୁଜୁ କରିଥିଲେ । ୧୪ ତାରିଖ ଦିନ ପୋଲିସ ସ୍କୁଲର ପରିଚାଳନା ସଭାପତି ଗୋବିନ୍ଦ ସାହୁଙ୍କୁ ଅଟକ ରଖିଥିଲା । ହେଲେ ହଠାତ ୧୬ ତାରିଖ ଗୋବିନ୍ଦ ସାହୁ ଟିଟିଲାଗଡ ପୋଲିସ ହେପାଜତରୁ ଫେରାର ପରେ ତନାଘନା ଆରମ୍ଭ ହୋଇଥିଲା । ଗତ ୧୮ ତାରିଖରେ ଖୋଦ ବଲାଙ୍ଗୀର ଓ କଳାହାଣ୍ଡି ଆରକ୍ଷୀ ଅଧିକ୍ଷକ ତଦନ୍ତ ଭାର ନେଇଥିଲେ । କଳାହାଣ୍ଡିରେ ତିନି ଗୋଟି ପୋଲିସ ଟିମ୍ ଚଢାଉ କରିଥିଲା । ମହାଲିଙ୍ଗ ସ୍ଥିତ ଖେଳ ପଡିଆର ରାତ୍ରୀ ଜଗୁଆଳି ଗୁପ୍ତେ ତାଣ୍ଡି ୧୨ ତାରିଖ ରାତିରେ ଖେଳ ପଡିଆରେ କିଛି କାମ ହୋଇଥିବା ସୂଚନା ଦେଇଥିଲେ ।

ତାଙ୍କ ସୂଚନା ଆଧାରରେ ଜେସିବି ଡ୍ରାଇଭର ପୁଷ୍କର ଭୋଇଙ୍କୁ ସିନ୍ଦକେଲା ଥାନାରେ ଜେରା କରାଯାଇଥିଲା । ଜେସିବି ଡ୍ରାଇଭରଙ୍କ ବୟାନ ଆଧାରରେ ପୋଲିସ ଖେଳପଡିଆ ମାଟି ତଳୁ ମର୍ଡର ମିଷ୍ଟ୍ରିର ସନ୍ଧାନ ମିଳିଥିଲା । ଯଦିଓ ପୋଲିସ କୌଣସି ଅଧିକୃତ ବୟାନ ଜାରି କରିନାହିଁ । ବରଂ ଫେରାର ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କୁ ମୋଷ୍ଟ ଓ୍ବାଣ୍ଟେଡ ଘୋଷଣା କରି ଲକ୍ଷେ ଟଙ୍କା ପୁରସ୍କାର ରାଶି ଘୋଷଣା କରିଥିଲା । ସିନ୍ଦେକେଲା ଥାନା ବୁଢୀପଦର ଗାଁର ଏକ ଆଖୁ କିଆରୀରୁ ଗୋବିନ୍ଦକୁ ଗିରଫ କରିଥିଲା ବଲାଙ୍ଗୀର ପୋଲିସ । ତେବେ ଗିରଫ ହେବା ପରେ ଅଭିଯୁକ୍ତ ଗୋବିନ୍ଦ ଜେଲ୍ ରେ ଅଛନ୍ତି ।

Related Posts