ଭୁବନେଶ୍ୱର,୨୦/୪(ସତ୍ୟପାଠ ବ୍ୟୁରୋ): ଆସନ୍ତାକାଲିଠୁ ରାଜ୍ୟରେ ଗ୍ରୀଷ୍ମକାଳୀନ ସ୍କୁଲ ଛୁଟି ଘୋଷଣା । ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲ ଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର । ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ପାଇଁ ଛୁଟି ଘୋଷଣା ହୋଇଛି । ରାଜ୍ୟରେ ବଢୁଥିବା ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ଆଗୁଆ ଖରା ଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର ।
ତେବେ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ୧୯ ଓ ୨୦ ତାରିଖ ଦୁଇଦିନ ଛୁଟି ଘୋଷଣା କରିଥିଲେ। ହେଲେ ରାଜ୍ୟରେ ଏବେ ତାତିରେ ବ୍ରେକ ଲାଗୁନାହିଁ ଓ ବର୍ଷାର ମଧ୍ୟ ଏବେ କମ୍ ସମ୍ଭାବନା ରହିଥିବାରୁ ଏହାକୁ ଦୃଷ୍ଟିରେ ରଖି ସରକାର ଆଗୁଆ ଛୁଟି ଘୋଷଣା କରିଛନ୍ତି।





