କୋର୍ବାରେ ଭୟଂକର ଦୁର୍ଘଟଣା: ଛିଡା ହୋଇଥିବା ଟ୍ରଲରକୁ ଧକ୍କା ଦେଲା ବସ, ଚାଲିଗଲା 7 ଜୀବନ

ରାୟପୁର: ଛିଡା ହୋଇଥିବା ଟ୍ରଲରକୁ ଧକ୍କା ଦେଲା ବସ୍‌ । ଫଳରେ 7ଜଣଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଛି । କୋର୍ବାରେ ଏହି ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ସୋମବାର ଭୋର ୪ଟା ସମୟରେ ଘଟିଛି ଏହି ଦୁର୍ଘଟଣା । ରାୟପୁରରୁ ସୀତାପୁର ଯାଉଥିବା ଏକ ମେଟ୍ରୋ ବସ୍ ମଡାଇ ନିକଟରେ ଛିଡା ହୋଇଥିବା ଏକ ଟ୍ରଲରକୁ ଧକ୍କା ଦେବାରୁ ଏହି ଦୁର୍ଘଟଣା ଘଟିଥିଲା ।

ଖବରଅନୁସାରେ, ସୋମବାର ସକାଳ ୪ଟା ସମୟରେ ପୋଣ୍ଡି ଉପୋରଡା ୧୩୦ ନମ୍ବର ଜାତୀୟ ରାଜପଥ ନିକଟରେ ରାୟପୁରରୁ ସୀତାପୁର ଯାଉଥିବା ଏକ ମେଟ୍ରୋ ବସ୍ ମଡାଇ ନିକଟରେ ଛିଡା ହୋଇଥିବା ଏକ ଟ୍ରଲରକୁ ପଛରୁ ଧକ୍କା ଦେଇଥିଲା । ଦୁର୍ଘଟଣାଟି ଏତେ ଭୟଙ୍କର ଥିଲା ଯେ, ବସଟି ସମ୍ପୂର୍ଣ୍ଣ ଚୂରମାର ହୋଇ ଯାଇଥିଲା । ଏହି ଦୁର୍ଘଟଣାରେ ଜଣେ ଶିଶୁ ସମେତ ୭ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୨ ଜଣ ଯାତ୍ରୀ ଆହତ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କିଛି ଯାତ୍ରୀ ଗୁରୁତର ହୋଇଛନ୍ତି । ମୃତକଙ୍କ ମଧ୍ୟରେ ୪ଜଣ ପୁରୁଷ, ୨ଜଣ ମହିଳା ଏବଂ ଜଣେ ଶିଶୁ ଥିବା ସୂଚନା ରହିଛି ।

ଖବରପାଇ ଅଗ୍ନିଶମ ବିଭାଗ ଓ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରି ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରିଛନ୍ତି ।

Related Posts