କାଳବୈଶାଖୀ ବର୍ଷା: ୨୨ଟି ଜିଲ୍ଲାକୁ ସତର୍କ ସୂଚନା ଜାରି

ଭୁବନେଶ୍ୱର: ଲଘୁଚାପ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା | ଫଳରେ ରାଜ୍ୟରେ ଆଜି ବି ଜାରି ରହିବ କାଳବୈଶାଖୀର ତାଣ୍ଡବ | ଏନେଇ ଆଜି ୨୨ଟି ଜିଲ୍ଲାରେ କାଳବୈଶାଖୀ ପ୍ରଭାବରେ ବର୍ଷା ହେବାର ସମ୍ଭାବନା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

କାଳବୈଶାଖୀ ପ୍ରଭାବରେ କିଛି ସ୍ଥାନରେ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିପାରେ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

କାଳବୈଶାଖୀ ପ୍ରଭାବରେ ରାଜଧାନୀ ଭୁବନେଶ୍ୱର ସମେତ ୬ଟି ଜିଲ୍ଲାରେ ବର୍ଷା, ପବନ ଓ ଘଡ଼ଘଡ଼ି ଲାଗି ରହିଛି। ସେହି ଜିଲ୍ଲା ଗୁଡ଼ିକ ହେଲା ଅନୁଗୋଳ, କଟକ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ପୁରୀ।

ଗତକାଲି ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ତାଣ୍ଡବ ରଚିଛି। ପ୍ରବଳ ଘୂର୍ଣ୍ଣିଝଡ଼ ଓ ବର୍ଷା ସାଙ୍ଗକୁ କେଉଁଠି ଡଙ୍ଗା ବୁଡ଼ିଛି, ତ କେଉଁଠି ଟାଓ୍ୱାର ଭାଙ୍ଗିଛି, ପୁଣି କେଉଁଠି ବଜ୍ରପାତରେ ଜୀବନ ଯାଇଛି |

Related Posts