ହ୍ୟୁମାନ-ଶ୍ରୀୟା ପାରିବାରିକ ବିବାଦର ସମାଧାନ, ଏକାଠି ରହିବେ ପତି-ପତ୍ନୀ

ଭୁବନେଶ୍ୱର,୩୦/୧(ସତ୍ୟପାଠ ବ୍ୟୁରୋ): ଓଡ଼ିଆ କଣ୍ଠଶିଳ୍ପୀ ହ୍ୟୁମାନ ସାଗର ଏବଂ ପତ୍ନୀ ଶ୍ରୀୟା ମିଶ୍ରଙ୍କର ପାରିବାରିକ ବିବାଦର ସମାଧାନ ହୋଇଛି। ଏନେଇ ଏସପି ଅମିତାଭ ମହାପାତ୍ର ସୂଚନା ଦେଇଛନ୍ତି। ସେ କହିଛନ୍ତି, ଆଉ କିଛି ଦିନ ପରେ ଶ୍ରୀୟା ମିଶ୍ର ଆସି ସ୍ବାମୀ ହ୍ୟୁମାନ ସାଗରଙ୍କ ଘରେ ରହିବେ। ଅନ୍ୟପଟେ ଶ୍ରୀୟା ବି କହିଛନ୍ତି ଯେ ସେ ସ୍ବାମୀ ହ୍ୟୁମାନ ସାଗରଙ୍କ ସହ ରହିବେ। ହ୍ୟୁମାନ ସାଗରଙ୍କ ମା ବି ସମାନ କଥା କହିଛନ୍ତି। ଏନେଇ ହ୍ୟୁମାନ କହିଛନ୍ତି ଯେ, ଆମ ଭିତରେ ବୁଝାମଣା ହୋଇଯାଇଛି। ଆମେ ଏଣିକି ଏକାଠି ରହିବୁ।

ସୂଚନାଯୋଗ୍ୟ, ହ୍ୟୁମାନ ସାଗର ଏବଂ ପତ୍ନୀ ଶ୍ରୀୟା ମିଶ୍ର ଆଜି ମହିଳା ଥାନାରେ ପହଞ୍ଚିଥିଲେ। ହ୍ୟୁମାନ ସାଗରଙ୍କ ସହ ତାଙ୍କ ମା ଶେଫାଳି ସୁନା ମଧ୍ୟ ଥାନାକୁ ଆସିଥିଲେ। ଦ୍ୱିତୀୟ ଥର ପାଇଁ ଆଜି ପୁଲିସ ଉଭୟଙ୍କୁ କାଉନସେଲିଂ କରିଥିଲା। ଏହି ସମୟରେ ଏସପି ଅମିତାଭ ମହାପାତ୍ର ଓ ମହିଳା ଥାନାରେ ଅଧିକାରୀଙ୍କ ଉପସ୍ଥିତିରେ ଉଭୟ ନିଜର ନିଷ୍ପତ୍ତି ମହିଳା ଥାନାରେ ଜଣାଇଥିଲେ ।

ସୂଚନାଯୋଗ୍ୟ, କିଛିଦିନ ତଳେ ହ୍ୟୁମାନ ସାଗରଙ୍କ ବିରୋଧରେ ମହିଳା ଥାନାରେ ଅଭିଯୋଗ କରିଥିଲେ ଶ୍ରେୟା। ପରେ ହ୍ୟୁମାନ ସାଗର ଓ ଶ୍ରେୟା ମିଶ୍ରଙ୍କୁ କାଉନସେଲିଂ ପାଇଁ ମହିଳା ଥାନାକୁ ଡକାଯାଇ କାଉନସେଲିଂ କରାଯାଇଥିଲା। କାଉନସେଲିଂ ପରେ ଉଭୟ ଦୁଇଦିନ ସମୟ ନେଇଥିଲେ। ପରେ ଶ୍ରେୟା ବ୍ୟକ୍ତିଗତ ସମସ୍ୟା ଥିବାରୁ ଥାନାକୁ ଆସିପାରିବେ ନାହିଁ ଏବଂ ୩୦ ତାରିଖରେ ଆସିବା ନେଇ ଅଧିକାରୀଙ୍କୁ ଅବଗତ କରିଥିଲେ। ଆଜି ଉଭୟ ମହିଳା ଥାନାରେ ହାଜର ହେବା ପରେ ଉଭୟଙ୍କର କାଉନସେଲିଂ କରାଯାଇଥିଲା।

Related Posts