ଅନଲାଇନ୍ ଗେମ୍‌ ପାଇଁ ସ୍ତ୍ରୀ-ଝିଅକୁ ଗୁଳି କରି ସ୍ୱାମୀର ଆତ୍ମହତ୍ୟା

ଭୁବନେଶ୍ୱର,9/5(ସତ୍ୟପାଠ ବ୍ୟୁରୋ): ସ୍ତ୍ରୀ ଓ ଝିଅକୁ ଫାୟାରିଂ କରି ହତ୍ୟା କରିବା ପରେ ନିଜକୁ ଗୁଳି କଲେ ବ୍ୟକ୍ତି। ଏପରି ଘଟଣା ଘଟିଛି ଝାରସୁଗୁଡ଼ା ଜିଲ୍ଲାର ଲଖନପୁର ବାଣୀପାହାଡ଼ ନିକଟରେ। ମୃତକ ହେଲେ ଓରିଏଣ୍ଟ ଥାନା ଅଞ୍ଚଳର କାଳୀନଗରର ସୁଜିତ ରାୟ, ସ୍ତ୍ରୀ ଖୁସବୁ ରାୟ ଓ ଝିଅ ଅର୍ପିତା ରାୟ। ସମସ୍ତଙ୍କ ମୁଣ୍ଡରେ ଗୁଳି ବାଜିଛି।

ଆଜି ସକାଳେ ଖେଳପଡ଼ିଆ ଥିବା କାରରୁ ୩ ଜଣଙ୍କ ଗୁଳିବିନ୍ଧ ଉଦ୍ଧାର କରାଯାଇଥିଲା। କାର୍‌ ଭିତରେ ୩ ଜଣ ରକ୍ତାକ୍ତ ଅବସ୍ଥାରେ ପଡ଼ିଥିବା ଦେଖି ସ୍ଥାନୀୟ ଲୋକେ ପୁଲିସକୁ ଖବର ଦେଇଥିଲେ। ପୁଲିସ କାର୍ ଡୋର୍ ଲକ୍ ଭାଙ୍ଗି ମୃତଦେହକୁ ‌ଉଦ୍ଧାର କରିଥିଲା।

ବ୍ୟକ୍ତି ଜଣଙ୍କ ପ୍ରଥମେ ମା’ ଓ ଝିଅକୁ ହତ୍ୟା କରିବା ପରେ ନିଜେ ଆତ୍ମହତ୍ୟା କରିଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। ତେବେ କାହିଁକି ବ୍ୟକ୍ତି ଜଣଙ୍କ ଏପରି କଲେ ତାର ପ୍ରକୃତ କାରଣ ଜଣାପଡ଼ିନଥିବା ବେଳେ ଋଣ ଓ ଅନଲାଇନ୍ ଗେମ୍‌ରେ ଟଙ୍କା ହାରିବା ପରେ ଏଭଳି ଚରମ ପଦକ୍ଷେପ ନେଇଥାଇ ପାରନ୍ତି ବୋଲି କହିଛନ୍ତି ଏସପି।

ପୁଲିସ କାର ଓ ବନ୍ଧୁକ ଜବତ କରିବା ସହ ଘଟଣାର ତଦନ୍ତ ଜାରି ରଖିଥିବା ବେଳେ ସାଇଣ୍ଟିଫିକ୍‌ ଟିମ୍ ଘଟଣାସ୍ଥଳରେ ପହଞ୍ଚି ଖୋଳତାଡ ଆରମ୍ଭ କରିଛି।

Related Posts