ରାଜ୍ୟରେ ଟିକାକରଣ ବୃଦ୍ଧି କରିବାକୁ ସ୍ବାସ୍ଥ୍ୟ ବିଭାଗର ଗୁରୁତ୍ବ; ଟିକାଦାନ କେନ୍ଦ୍ର ବଢ଼ାଇବାକୁ ସବୁ ଜିଲ୍ଲାକୁ ନିର୍ଦ୍ଦେଶ

ଭୁବନେଶ୍ୱର ( ସତ୍ୟପାଠ ବ୍ୟୁରୋ ): ରାଜ୍ୟରେ ଟିକାକରଣ ବଢ଼ାଇବା ଉପରେ ସ୍ବାସ୍ଥ୍ୟ ବିଭାଗ ଗୁରୁତ୍ବ ଦେଉଛି ବୋଲି ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ କରିଛନ୍ତି । ଏଥିପାଇଁ ଟିକାକରଣ କେନ୍ଦ୍ର ବଢାଇବା ପାଇଁ ସବୁ ଜିଲ୍ଲାକୁ ନିର୍ଦ୍ଦେଶ ଦିଆଯାଇଛି । ଏହାସହ ପ୍ରତି ବ୍ଲକରେ ୪ଟି ମୋବାଇଲ ଭ୍ୟାନର ବ୍ୟବସ୍ଥା ମଧ୍ୟ କରାଯାଇଛି । ବର୍ତ୍ତମାନ ରାଜ୍ୟରେ ବୁଷ୍ଟର ଟିକାର ଅଭାବ ନାହିଁ ।ଏଯାଏଁ ରାଜ୍ୟରେ ୪୬ ଲକ୍ଷ ୬୬ ହଜାର ଲୋକ ବୁଷ୍ଟର ଡୋଜ୍ ନେଇ ସାରିଛନ୍ତି । ଯାହାକି ମୋଟ୍ ଲୋକଙ୍କର ୧୪ ପ୍ରତିଶତ । ବାକି ଲୋକଙ୍କୁ ଖୁବ୍‌ ଶୀଘ୍ର ଟିକାକରଣ କରାଯିବ। ଏବେ ୯ ଲକ୍ଷ କୋଭିସିଲ୍ଡ ଟିକା ଆସିଛି । ଏହାସହ ୧୦ ତାରିଖ ଦିନ ଆଉ ୬ ଲକ୍ଷ କୋଭିସିଲ୍ଡ ଟିକା ଆସିବ । ଆମେ ସମସ୍ତଙ୍କୁ ଅନୁରୋଧ କରୁଛୁ ସମସ୍ତେ ବୁଷ୍ଟର ଡୋଜ୍ ନିଅନ୍ତୁ । ଅବଧି ପୁରିଥିବା ୨୪ ଲକ୍ଷ ୯୦ ହଜାର ଲୋକ ଦ୍ବିତୀୟ ଡୋଜ୍ ଟିକା ନେଇନାହାନ୍ତି । କିଭଳି ୩ ହଜାର ଟିକାକରଣ କେନ୍ଦ୍ର କାର୍ଯ୍ୟକାରୀ ହେବ ତାକୁ ଦୃଷ୍ଟି ଦିଆଯାଉଛି । ଗାଁ ଗାଁ ବୁଲି ଟିକାକରଣ ଉପରେ ଗୁରୁତ୍ବ ଦିଆଯାଉଛି ବୋଲି ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ କରିଛନ୍ତି ।

Related Posts