ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ୨୪ ଘଣ୍ଟାରେ ଦେଶରେ ୨,୦୭୫ କୋଭିଡ୍-୧୯ ଆକ୍ରାନ୍ତ । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୦୭୫ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୭୧ମୃତ୍ୟୁ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୦,୦୬,୦୮୦ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ହୋଇଥିବା ୭୧ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୧୬,୩୫୨ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୩,୩୮୩ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୪,୬୧,୯୨୬। ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୨୭୮୦୨। ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୮୧,୦୪,୯୬,୯୨୪ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।