୨୪ ଘଣ୍ଟାରେ ଦେଶରେ ୨,୦୬୭ କୋଭିଡ୍-୧୯ ଆକ୍ରାନ୍ତ

ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ୨୪ ଘଣ୍ଟାରେ ଦେଶରେ ୨,୦୬୭ କୋଭିଡ୍-୧୯ ଆକ୍ରାନ୍ତ । ଆଜି ଦେଶରେ ଦୈନିକ କରୋନାଭାଇରସ୍ ସଂକ୍ରମଣ ସଂଖ୍ୟା ଗତକାଲି ଠାରୁ ୬୬% ବୃଦ୍ଧିପାଇଛି। ଗତକାଲି ନୂଆ ସଂକ୍ରମଣ ସଂଖ୍ୟା ୧,୨୪୭ ଥିବା ବେଳେ ମୃତ୍ୟୁ ସଂଖ୍ୟା ୧ ଥିଲା। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୦୬୭ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୪୦ମୃତ୍ୟୁ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୨,୦୬୭ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୦,୪୭,୫୯୪ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ହୋଇଥିବା ୪୦ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୨,୦୦୬ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୫୪୭ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୫,୧୩,୨୪୮। ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୨୩୪୦।

Related Posts