
ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ୨୪ ଘଣ୍ଟାରେ ଦେଶରେ ୨,୨୫୯ଜଣ କୋଭିଡ୍-୧୯ ଆକ୍ରାନ୍ତ । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୨୫୯କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୨୦ ମୃତ୍ୟୁ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୨,୨୫୯ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୧,୩୧,୮୨୨ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ହୋଇଥିବା ୨୦ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୪,୩୨୩ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୨୬୧୪ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୫,୯୨,୪୫୫। ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୫୦୪୪।