ରାଜ୍ୟରେ ୬ଜିଲ୍ଲାରେ ୩୮୨ ଜଣ ଝାଡ଼ାବାନ୍ତିରେ ଆକ୍ରାନ୍ତ, ୧୩ ଜଣ ମୃତ: ସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ବିଜୟ ମହାପାତ୍ର

ଭୁବନେଶ୍ୱର ( ସତ୍ୟପାଠ ବ୍ୟୁରୋ ): କାଶୀପୁରରେ ଝାଡ଼ାବାନ୍ତି ସ୍ଥିତିକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ବିଜୟ ମହାପାତ୍ର । ସେ କହିଛନ୍ତି, ବର୍ତ୍ତମାନ ଝାଡ଼ାବାନ୍ତି ସ୍ଥିତି ରାଜ୍ୟରେ ସ୍ଥିର ଅଛି । ୬ଟି ଜିଲ୍ଲାରେ ଲୋକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି । ସମୁଦାୟ ୩୮୨ ଜଣ ଆକ୍ରାନ୍ତ ହୋଇଛନ୍ତି ।୧୩ ଜଣଙ୍କର ମୃତ୍ୟୁ ହୋଇଛି । ରାୟଗଡ଼ା ଜିଲ୍ଲାରୁ ସର୍ବାଧିକ ୯ ଜଣ, ଗଜପତିରୁ ଜଣେ, ନବରଙ୍ଗପୁର ଜଣେ, ନୂଆପଡ଼ା ଜଣେ, କୋରାପୁଟ ଜିଲ୍ଲା ଦଶମନ୍ତପୁର ଅଞ୍ଚଳରୁ ଜଣଙ୍କର ମୃତ୍ୟୁ ହୋଇଛି ।

ସବୁ ସ୍ଥାନରେ ଝାଡ଼ାବାନ୍ତିକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ପଦକ୍ଷେପ ନିଆଯାଉଛି । ଏଥିରେ ଭିନ୍ନ ଭିନ୍ନ ବିଭାଗ କାର୍ଯ୍ୟ କରୁଛନ୍ତି । ପିଇବା ପାଣିକୁ ବିଶୋଧନ କରି ପିଇବା ପାଇଁ ସମସ୍ତଙ୍କୁ ସଚେତନ କରାଯାଉଛି । ଲୋକମାନେ ଖୋଲାରେ ଥିବା ଜଳ ଉତ୍ସକୁ ବ୍ୟବହାର କରନ୍ତୁ ନାହିଁ ବୋଲି ସ୍ବାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି ।

Related Posts