ତଳମୁହାଁ ଦେଶରେ କରୋନାର ଦୈନିକ ସଂକ୍ରମଣ ହାର: ୨୪ ଘଣ୍ଟାରେ ୨,୫୩୯ ନୂଆ ସଂକ୍ରମିତ ଚିହ୍ନଟ, ୬୦ଜଣଙ୍କ ମୃତ୍ୟୁ

ଦ୍ରୁତ ବେଗରେ ଗତି କରୁଥିବା କରୋନା ସଂକ୍ରମଣ ହାର ରେ ବ୍ରେକ ଲାଗିଛି | ଦୈନିକ ସଂକ୍ରମଣ ସଂଖ୍ୟା କ୍ରମଶଃ ହ୍ରାସ ପାଇବାରେ ଲାଗିଛି | ଏବେ ଦେଶରେ ଦୈନିକ ସଂକ୍ରମଣ ହାର ୩ ହଜାର ତଳକୁ ଖସି ଆସିଛି |

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୫୩୯ କରୋନା ଭାଇରସ୍‌ ଜନିତ ନୂତନ ସଂକ୍ରମଣ ଓ ୬୦ମୃତ୍ୟୁ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୦,୦୧,୪୭୭ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୬୦ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୧୬,୧୩୨ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୪,୪୯୧ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୪,୫୪,୫୪୬। ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୩୦୭୯୯।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୮୦,୮୦,୨୪,୧୪୭ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୭୮,୧୨,୨୪,୩୦୪ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୭,୧୭,୩୩୦ଟି ନମୁନା।

ଅନ୍ୟପଟେ ରାଜ୍ୟରୁ ଆଜି ଗତ ୨୪ ଘଣ୍ଟା ମଧ୍ୟରେ ୧୦୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୬୪ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୪୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୨୨ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୩୨ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

Related Posts