(ସତ୍ୟପାଠ ବ୍ୟୁରୋ) ଭୁବନେଶ୍ୱର : ରାଜ୍ୟରେ ଧୀରେ ଧୀରେ ସଂକ୍ରମଣ ହାର ହ୍ରାସ ପାଉଛି । ଗତ ୨୪ ଘଣ୍ଟା ମଧ୍ୟରେ ୯୮୬ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୯୯୧୭୩ ରେ ପହଞ୍ଚିଛି । ତେବେ ନୂଆ ସଂକ୍ରମିତଙ୍କ ମଧ୍ୟରୁ ୫୭୪ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୪୧୨ ଲୋକାଲ୍ କେସ୍ ରହିଛି। ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୧୨୮ଜଣ ଆକ୍ରାନ୍ତ ରହିଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨୪ ଜଣ, ବାଲେଶ୍ୱର ରୁ ୨୫ , ବରଗଡ଼ରୁ ଜଣେ, ଭଦ୍ରକରୁ ୧୪ଜଣ, ବଲାଙ୍ଗୀରରୁ ୧୭ଜଣ, କଟକରୁ ୧୩୯ଜଣ, ଦେଓଗଡ଼ରୁ ୯ଜଣ, ଢେଙ୍କାନାଳରୁ ୧୫ଜଣ, ଗଜପତିରୁ ଜଣେ, ଗଞ୍ଜାମରୁ ୮ଜଣ, ଜଗତସିଂହପୁରରୁ ୪୫ଜଣ, ଯାଜପୁରରୁ ୪୯ଜଣ, କଳାହାଣ୍ଡିରୁ ୬ଜଣ, କନ୍ଧମାଳରୁ ୧୨ଜଣ, କେନ୍ଦ୍ରାପଡ଼ାରୁ ୨୩ଜଣ, କେନ୍ଦୁଝରରୁ ୧୩ଜଣ, ଖୋର୍ଦ୍ଧାରୁ ୩୭୩ଜଣ, କୋରାପୁଟ ରୁ ୩ଜଣ, ମାଲକାନାଗିରିରୁ ଜଣେ, ମୟୁରଭଞ୍ଜରୁ ୩୨ଜଣ, ନବରଙ୍ଗପୁରରୁ ୬ଜଣ, ନୟାଗଡ଼ରୁ ୨୦ଜଣ, ପୁରୀରୁ ୩୨ଜଣ, ରାୟଗଡ଼ାରୁ ୪ଜଣ, ସମ୍ବଲପୁରରୁ ୧୫ଜଣ, ସୋନପୁରରୁ ଜଣେ, ସୁନ୍ଦରଗଡ଼ରୁ ୧୩ଜଣ, ଷ୍ଟେଟ ପୁଲ୍ ରୁ ୮୪ଜଣ ରହିଛନ୍ତି ।
ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ୬୯ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୨୨୩ କୁ ବୃଦ୍ଧି ପାଇଛି । ଏମାନଙ୍କ ମଧ୍ୟରୁ କଟକ ଜିଲ୍ଲାରୁ ୧୧ ଜଣ, ଜଗତସିଂହପୁର ଜିଲ୍ଲାରୁ ୧୨ ଜଣ, ଢେଙ୍କାନାଳ ଜିଲ୍ଲାରୁ ୮ଜଣ, ଭଦ୍ରକ ଓ ଯାଜପୁରରୁ ୬ ଜଣ ଲେଖାଏଁ, ଅନୁଗୁଳ, କେନ୍ଦ୍ରାପଡା, ଓ ଖୋର୍ଦ୍ଧାରୁ ୫ ଜଣ ଲେଖାଏଁ, ପୁରୀରୁ ୪ ଜଣ, କେନ୍ଦୁଝର ଓ ମୟୂରଭଞ୍ଜରୁ ୩ ଜଣ ଲେଖାଁଏ ରହିଛନ୍ତି । ନୟାଗଡ଼ରୁ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୯୯୧୭୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୯୫୭୮ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୯୮୨୩୧୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୭୩୪୪୬୦୮ ସାମ୍ପୁଲ ଟେଷ୍ଟ୍ ହୋଇଛି ।
