୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୦୪ ଜଣ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ ବଢୁଛି ସଂକ୍ରମଣ । ଉପର ମୁହାଁ ରହିଛି କରୋନା ଗ୍ରାଫ୍ । ଦୈନିକ ସଂକ୍ରମଣ ଦିନକୁ ଦିନ ବଢିବାକୁ ଲାଗିଛି । ବଢ଼ୁଥିବା ସଂକ୍ରମଣ କୁ ଦୃଷ୍ଟିରେ ରଖି କଟକଣା ମଧ୍ୟ କଡାକଡି ହେବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୦୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୭୧ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୩୩୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୭୧ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୯୬୧୩୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୯୬୧୩୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୨୬୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୮୨୬୯୦ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୨୨୯୫୪୩୮ସାମ୍ପୁଲ ଟେଷ୍ଟ୍ ହୋଇଛି ।

Related Posts