ଗତ ୨୪ ଘଣ୍ଟାରେ ଦେଶରେ ୫୮,୦୭୭ କୋଭିଡ୍-୧୯ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ(ସତ୍ୟପାଠ ବ୍ୟୁରୋ): ଦେଶରେ କରୋନାସ୍ଥିତି ଆୟତ୍ତ୍ୱ ହେବାରେ ଲାଗିଛି । ବର୍ତ୍ତମାନ ଦୈନିକ ସଂକ୍ରମଣ ସଂଖ୍ୟା କ୍ରମଶଃ ହ୍ରାସ ପାଇ ୧ ଲକ୍ଷରୁ ଯଥେଷ୍ଟ କମ୍ ରହୁଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୫୮,୦୭୭ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୬୫୭ ମୃତ୍ୟୁ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୨୫,୩୬,୧୩୭ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୬୫୭ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୦୭,୧୭୭ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧,୫୦,୪୦୭ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୧୩,୩୧,୧୫୮।

Related Posts