ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୯ ଜଣ ପଜିଟିଭ ଚିହ୍ନଟ

ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୯ ଜଣ ପଜିଟିଭ ଚିହ୍ନଟ । ଏମାନଙ୍କ ମଧ୍ୟରୁ ୩୫ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୨୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୧୭ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୧୫ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି। ସେପଟେ ଗତକାଲି ୩୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୨ ଜଣ, ବାଲେଶ୍ୱର ଜିଲ୍ଲାରୁ ୩ ଜଣ, ବଲାଙ୍ଗୀରରୁ ୨ ଜଣ, କଟକରୁ ୪ ଜଣ, ଦେବଗଡରୁ ୧ ଜଣ, ଗଜପତିରୁ ୫, ଯାଜପୁରରୁ ୩ ଜଣ, ଖୋର୍ଦ୍ଧାରୁ ୧୪ ଜଣ, ମୟୂରଭଞ୍ଜ ଜିଲ୍ଲାରୁ ୪ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୫ ଜଣ ଓ ଷ୍ଟେଟପୁଲରୁ ୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ବର୍ତ୍ତମାନ ପର୍ୟ୍ୟନ୍ତ ରାଜ୍ୟରେ ୧୨, ୮୭, ୬୦୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨, ୭୮, ୦୩୫ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୪୦୦ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

Related Posts