ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୭୨ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୭୨ କରୋନା ପଜିଟିଭ ଚିହ୍ନଟ । ଏମାନଙ୍କ ମଧ୍ୟରୁ ୪୨ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୩୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୧୫ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୧୭ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ସୂଚନାଯୋଗ୍ୟ, ଗତକାଲି ୭୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ। ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୧ ଜଣ, ବରଗଡ଼ରୁ ୧ ଜଣ, ଭଦ୍ରକରୁ ୧ ଜଣ, ବଲାଙ୍ଗୀରରୁ ୪ ଜଣ, ବୌଦ୍ଧ ଜିଲ୍ଲାରୁ ୧ ଜଣ, କଟକରୁ ୨ ଜଣ, ଗଜପତିରୁ ୭ ଜଣ, ଗଞ୍ଜାମ ଜିଲ୍ଲାରୁ ୧୭, ଯାଜପୁରରୁ ୪ ଜଣ, କନ୍ଧମାଳରୁ ୧ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ ଜଣ, ଖୋର୍ଦ୍ଧାରୁ ୯ ଜଣ, କୋରାପୁଟରୁ ୪ ଜଣ, ମୟୂରଭଞ୍ଜରୁ ୩ ଜଣ, ନୟାଗଡ଼ରୁ ୨ ଜଣ, ସମ୍ୱଲପୁରରୁ ୩ ଜଣ, ସୁନ୍ଦରଗଡ଼ରୁ ୭ ଜଣ ଓ ଷ୍ଟେଟ ପୁଲରୁ ୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

Related Posts