
ତଳମୁହାଁ କରୋନା କୋରୋନା ଗ୍ରାଫ | ଦେଶରେ ଏବେ କରୋନା ସଂକ୍ରମଣ ଦିନକୁ ଦିନ ହ୍ରାସ ପାଇବାରେ ଲାଗୁଛି | କମୁଥିବା ସଂକ୍ରମଣ ମଧ୍ୟରେ ମୃତ୍ୟୁ ହାର ମଧ୍ୟ ଖସିବାକୁ ଲାଗୁଛି | ଗତ କିଛି ଦିନ
ଧରି ଚାଲିଥିବା ୪ ଲକ୍ଷ ସଂକ୍ରମଣ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଏବଂ ଏବେ ୧୦ ହଜାର ତଳକୁ ଖସିଛି ଦୈନିକ ସଂକ୍ରମିତଙ୍କ ସଂଖ୍ୟା | ଗତ ୨୪ ଘଣ୍ଟା ମଧ୍ୟରେ ଦେଶରୁ ୮,୦୧୩ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି(India reports 08,013 fresh covid cases) । ଗତକାଲି ଏହି ସଂଖ୍ୟା 10,273 ଥିଲା ।
ସଂକ୍ରମଣ ସହ ତାଳ ଦେଇ ମୃତ୍ୟୁସଂଖ୍ୟା ମଧ୍ୟ ହ୍ରାସ ପାଉଛି । ଦେଶରେ ଦିନକରେ 119 ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ 16,765 ଜଣ ସୁସ୍ଥ ହୋଇଛନ୍ତି । ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି ।ମନ୍ତ୍ରଣାଳୟ ଅନୁଯାୟୀ, ଆଜିର ନୂତନ ସଂକ୍ରମଣକୁ ମିଶାଇ ବର୍ତ୍ତମାନ 1,02,601ଟି ସକ୍ରିୟ ମାମଲା ରହିଛି । ଦୈନିକ ପଜିଟିଭ ହାର ଏବେ 1.11 ପ୍ରତିଶତରେ ପହଞ୍ଚିଛି । ଏଯାବତ୍ ଭାରତରେ ମୋଟ 4,23,07,686 ସଂକ୍ରମିତ ସୁସ୍ଥ ହୋଇଛନ୍ତି ଏବଂ5,13,843 ଜଣଙ୍କ କୋରୋନାରେ ମୃତ୍ୟୁ ଘଟିଛି । ସେହିପରି ସମୁଦାୟ 1,77,50,86,335 କୋଟି ଡୋଜ୍ ଟୀକାକରଣ କରାଯାଇଛି |
ଅନ୍ୟପଟେ ରାଜ୍ୟରେ ଆଜି ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ନୂଆ ୧୭୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୫୦୩୮ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୮ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୭୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୭୩ ଜଣ ରହିଛନ୍ତି ।