ରାଜ୍ୟରେ ଖସୁଛି କରୋନାର ଦୈନିକ ସଂକ୍ରମିତଙ୍କ ସଂଖ୍ୟା | ଗତ ୨୪ ଘଣ୍ଟା ମଧ୍ୟରେ ୮୩ ଜଣ ନୂଆ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଛନ୍ତି | ଏଥିସହ ୩ ଜଣଙ୍କ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି | ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୧୦୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ମୃତକଙ୍କ ମଧ୍ୟରେ ସୁନ୍ଦରଗଡ଼ ଜିଲ୍ଲାରୁ ୩ ଜଣ ଆକ୍ରାନ୍ତ ରହିଛନ୍ତି।
ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୯ ଜଣ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ୩୪ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ ବୟସର ୨୨ ଜଣ ରହିଛନ୍ତି ।
ଅନୁଗୁଳରୁ ୧, ବାଲେଶ୍ୱରରୁ ୪, ବରଗଡରୁ ୧, ଭ ଦ୍ରକରୁ ୧, ବଲାଙ୍ଗୀରରୁ ୪, କଟକରୁ ୫, ଗଜପତିରୁ ୮, ଗଞ୍ଜାମରୁ ୨, ଯାଜପୁରରୁ ୧, କଳାହାଣ୍ଡିରୁ ୧, କନ୍ଧମାଳରୁ ୧, କେନ୍ଦ୍ରାପଡାରୁ ୪, ଖୋର୍ଦ୍ଧାରୁ ୫, କୋରାପୁଟରୁ ୩, ମୟୂରଭଞ୍ଜରୁ ୫, ନବରଙ୍ଗପୁରରୁ ୬, ନୟାଗଡରୁ ୧, ନୂଆପଡାରୁ ୧, ପୁରୀରୁ ୧, ସମ୍ବଲପୁରରୁ ୧୨, ସୋନପୁରରୁ ୫, ସୁନ୍ଦରଗଡରୁ ୧୦ ଓ ଷ୍ଟେଟ ପୁଲରୁ ୧ ଜଣ ରହିଛନ୍ତି ।
ସୂଚନା ଅନୁସାରେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୬୫୪୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୯୭୭ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୬୪୦୨ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୯୮୩୧୨୪୩ସାମ୍ପୁଲ ଟେଷ୍ଟ୍ ହୋଇଛି |





