ନୂଆଦିଲ୍ଲୀ: ଦେଶରେ ପୁଣି ବଢ଼ିଲା ସଂକ୍ରମଣ । କ୍ରମଶଃ କୋଭିଡ୍‌-୧୯ ଆକ୍ରାନ୍ତଙ୍କ ସଂଖ୍ୟା ଏବେ ବୃଦ୍ଧି ପାଇଛି। ସାଢ଼େ ୮ ହଜାର ଅତିକ୍ରମ କରିଛି ଦୈନିକ ସଂକ୍ରମଣ ହାର । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୮,୮୨୨ କରୋନା ଭାଇରସ୍‌ ଜନିତ ନୂତନ ସଂକ୍ରମଣ ଓ ୧୫ମୃତ୍ୟୁ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୮,୮୨୨ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୨,୪୫,୫୧୭ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୧୫ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୪,୭୯୨ରେ ପହଞ୍ଚିଛି ।