ଇତିହାସ ରଚିଲା ଭାରତ : ଚନ୍ଦ୍ରପୃଷ୍ଠରେ ଓହ୍ଲାଇଲା ଚନ୍ଦ୍ରଯାନ-୩

ଭୁବନେଶ୍ୱର (ସତ୍ୟପାଠ ବ୍ୟୁରୋ): ଇତିହାସ ରଚିଲା ଭାରତର ମହାକାଶ ଗବେଷଣା ସଂସ୍ଥା ଇସ୍ରୋ । ଆଜି ଚନ୍ଦ୍ରଯାନ-୩ ଚନ୍ଦ୍ରପୃଷ୍ଠରେ କରିଛି ସଫ୍ଟ ଲ୍ୟାଣ୍ଡିଂ। ଏହି ସଫଳତା ପରେ ଭାରତର ଚନ୍ଦ୍ରଯାତ୍ରା ସ୍ୱପ୍ନ ସାକାର ହୋଇଛି। ଆଉ ବିଶ୍ୱର ପ୍ରଥମ ଦେଶ ଭାବେ ଚନ୍ଦ୍ରର ଦକ୍ଷିଣ ମେରୁରେ ପହଞ୍ଚିଛି ଭାରତ।

ଇସ୍ରୋର ଚନ୍ଦ୍ରଯାନ-୩ ସଫଳତାର ସହ ଚନ୍ଦ୍ରର ଦକ୍ଷିଣ ମେରୁରେ ଅବତରଣ କରିଛି । ଏପରି ସଫଳତା ହାସଲ କରିବାରେ ଭାରତ ବିଶ୍ବର ୪ର୍ଥ ଦେଶ ଭାବେ ଚନ୍ଦ୍ରରେ ଅବତରଣ କରିଛି । ପୂର୍ବରୁ ଆମେରିକା, ରୁଷ ଓ ଚୀନ ଏହି ସଫଳତା ହାସଲ କରିଛନ୍ତି । ତେବେ ଆଜି ସନ୍ଧ୍ୟା ୬ଟା ୪ ମିନିଟରେ ଚନ୍ଦ୍ରର ଦକ୍ଷିଣ ମେରୁରେ ଲ୍ୟାଣ୍ଡର ବିକ୍ରମର ସଫ୍ଟ ଲାଣ୍ଡିଂ ହୋଇଛି। ଏହାପରେ ରୋଭର ପ୍ରଜ୍ଞାନ ଲ୍ୟାଣ୍ଡରଠୁ ଅଲଗା ହୋଇଯାଇଛି।

ତେବେ ଚନ୍ଦ୍ରଯାନ-୩ର ଲ୍ୟଣ୍ଡିଂ ସମୟରେ ଦକ୍ଷିଣ ଆଫ୍ରିକାରୁ ପ୍ରଧାନମନ୍ତ୍ରୀ ମୋଦି ଭିଡିଓ କନ୍ଫରେନ୍ସ ଜରିଆରେ ଯୋଡି ହୋଇଥିଲେ | ଆଉ ଇସ୍ରୋର ମିଶନ ମୁନ ସଫଳ ହେବାପରେ ଏହି ସଫଳତା ପାଇଁ ପ୍ରଧାନମନ୍ତ୍ରୀ ଇସ୍ରୋ ବୈଜ୍ଞାନିକ ଓ ଦେଶବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ଏହା ଭାରତର ଉଦୟର କ୍ଷଣ ବୋଲି ସେ କହିଛନ୍ତି ।

Related Posts