ଭାରତୀୟ ନୌସେନାର ମିଗ-୨୯କେ ଯୁଦ୍ଧ ବିମାନ ଗୋଆ ସମୁଦ୍ର କୂଳରେ ଦୁର୍ଘଟଣାଗ୍ରସ୍ତ, ଅଳ୍ପକେ ବର୍ତ୍ତିଲ ପାଇଲଟ

ଭୁବନେଶ୍ୱର ( ସତ୍ୟପାଠ ବ୍ୟୁରୋ ): ପୁଣି ଦୁର୍ଘଟଣାଗ୍ରସ୍ତ ହେଲା ଭାରତୀୟ ସେନାର ବିମାନ। ଗୋଆ ଉପକୂଳରୁ ନିୟମିତ ବିମାନ ଉଡ଼ାଣ ସମୟରେ ଭାରତୀୟ ନୌସେନାର ଏକ ମିଗ-୨୯କେ ଯୁଦ୍ଧ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଯାନ୍ତ୍ରିକ ତ୍ରୁଟି ହେତୁ ମିଗ-୨୯କେ ବିମାନଟି ଦୁର୍ଘଟଣାଗ୍ରସ୍ତ ହୋଇଥିବା ଭାରତୀୟ ନୌସେନା ସୂଚନା ଦେଇଛି। ତେବେ ଏହି ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତି ଯାଇଛନ୍ତି ପାଇଲଟ୍,ତାଙ୍କ ଅବସ୍ଥା ଏବେ ସ୍ଥିର ରହିଥିବା ଜଣା ପଡିଛି ।

ଏନେଇ ଭାରତୀୟ ନୌସେନା ପକ୍ଷରୁ ଏକ ବିବୃତ୍ତିରେ କୁହାଯାଇଛି ଯେ, ଗୋଆ ଉପକୂଳରୁ ନିୟମିତ ବିମାନ ଉଡ଼ାଣ ସମୟରେ ଏକ ମିଗ-୨୯କେ ଯୁଦ୍ଧ ବିମାନ ସମୁଦ୍ର କୂଳରେ ଖସିପଡିଥିଲା। ନିଜ ବେସ କୁ ଫେରୁଥିବାବେଳେ ଏକ ଯାନ୍ତ୍ରିକ ତ୍ରୁଟି ଯୋଗୁ ଏପରି ଦୁର୍ଘଟଣା ଘଟିଛି। ତେବେ ବିମାନର ପାଇଲଟ ନିରାପଦରେ ବାହାରକୁ ବାହାରି ଆସିଥିଲେ । ବର୍ତ୍ତମାନ ଉଦ୍ଧାର କାର୍ଯ୍ୟ ଜାରିରହିଛି। ପାଇଲଟଙ୍କ ଅବସ୍ଥା ଏବେ ସ୍ଥିର ରହିଛି। ଭାରତୀୟ ନୌସେନା ଏହି ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଥିବା ଜଣା ପଡିଛି।

Related Posts