ରାଜ୍ୟରେ ବଢୁଛି ସଂକ୍ରମଣ: ୨୪ ଘଣ୍ଟା ମଧ୍ୟରେ ୧୦୩୦ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ ଉପର ତଳ ହେଉଛି କରୋନା ଗ୍ରାଫ୍ । ହଜାରେ ଉପରେ ରହୁଛି ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦୩୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୦୩ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୪୨୭ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୭୯ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୧୦୧୧୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୩ଜଣ, ବାଲେଶ୍ୱର ଜିଲ୍ଲାରୁ ୨୩ଜଣ, ବରଗଡ଼ ଜିଲ୍ଲାରୁ ୨୨ଜଣ, ଭଦ୍ରକ ଜିଲ୍ଲାରୁ ୧୧ଜଣ, ବଲାଙ୍ଗୀର ଜିଲ୍ଲାରୁ ୩୫ଜଣ, ବୌଦ୍ଧ ଜିଲ୍ଲାରୁ ୧୨ଜଣ, କଟକ ଜିଲ୍ଲାରୁ ୫୦ଜଣ, ଦେଓଗଡ଼ ଜିଲ୍ଲାରୁ ୯ଜଣ, ଢେଙ୍କାନାଳ ଜିଲ୍ଲାରୁ ୩ଜଣ, ଗଜପତି ଜିଲ୍ଲାରୁ ୭ଜଣ, ଜଗତସିଂହପୁର ଜିଲ୍ଲାରୁ ୭ଜଣ, ଯାଜପୁର ଜିଲ୍ଲାରୁ ୧୯ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨୧ଜଣ, କଳାହାଣ୍ଡି ଜିଲ୍ଲାରୁ ୨୬ଜଣ, କନ୍ଧମାଳ ଜିଲ୍ଲାରୁ ୨୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୭ଜଣ, କେନ୍ଦୁଝର ଜିଲ୍ଲାରୁ ୧୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୬୪ଜଣ, କୋରାପୁଟ ଜିଲ୍ଲାରୁ ୧୭ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୧୦ଜଣ, ନୟାଗଡ଼ ଜିଲ୍ଲାରୁ ୨୦ଜଣ, ନୂଆପଡ଼ା ଜିଲ୍ଲାରୁ ୧୧ଜଣ, ପୁରୀ ଜିଲ୍ଲାରୁ ୧୦ଜଣ, ରାୟଗଡ଼ା ଜିଲ୍ଲାରୁ ୧୮ଜଣ, ସମ୍ବଲପୁର ଜିଲ୍ଲାରୁ ୭୭ଜଣ, ସୋନପୁର ଜିଲ୍ଲାରୁ ୩୯ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୨୭ଜଣ, ଷ୍ଟେଟ ପୁଲ୍‌ରୁ ୩୬ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୧୦୧୧୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୬୯୭୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୯୩୯୫୧ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୨୫୭୯୨୬୯ ସାମ୍ପୁଲ ଟେଷ୍ଟ୍ ହୋଇଛି

Related Posts