ଦେଶରେ ପୁଣି ବଢ଼ିଲା ସଂକ୍ରମଣ: 17 ହଜାର କଲା ଅତିକ୍ରମ

ନୂଆଦିଲ୍ଲୀ : ଦେଶରେ ପୁଣି ଥରେ ଲଗାତାର ଭାବେ ସଂକ୍ରମଣ ବଢ଼ିବାକୁ ଲାଗିଛି । ଉପର ମୁହାଁ ରହିଛି କରୋନା ଗ୍ରାଫ୍। ଦେଶରେ ପୁଣି ଥରେ ସଂକ୍ରମଣ ବଢ଼ିବା ସହ ମୃତ୍ୟୁସଂଖ୍ୟାରେ ବି ଲାଗୁନି ବ୍ରେକ୍ । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ଓ ପରେ ୧୦ ହଜାର ତଳକୁ ଖସିବା ପରେ ପୁଣି ବଢିଛି ।

ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୭୦୦୦ରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୧୭୦୯୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୩୪ ଲକ୍ଷରୁ ଅଧିକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

ସେହିପରି ୧୦୯୫୬୮ ସକ୍ରିୟ ମାମଲା ରହିଛି ଏବଂ ପ୍ରାୟ ୪ କୋଟି ୨୮ ଲକ୍ଷ ୫୧ ହଜାର ୫୯୦ ଆକ୍ରାନ୍ତ ସୁସ୍ଥ ହୋଇ ଫେରିଛନ୍ତି । ୫୨୫୧୬୮ଜଣ କରୋନାରେ ପ୍ରାଣ ହରାଇଛନ୍ତି

Related Posts