ନୂଆଦିଲ୍ଲୀ: ଦେଶରେ ପୁଣି ବଢ଼ିବାକୁ ଲାଗିଛି ସଂକ୍ରମଣ । ଆଜି ପୁଣି କରୋନା ଗ୍ରାଫ୍ ବଢ଼ିଛି। କୋଭିଡ୍‌-୧୯ ଆକ୍ରାନ୍ତଙ୍କ ସଂଖ୍ୟା ଗତକାଲିଠାରୁ କିଛି ହ୍ରାସ ପାଇଥିଲେ ୧୩ ହଜାର ମଧ୍ୟରେ ରହିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୨,୭୮୧ କରୋନା ଭାଇରସ୍‌ ଜନିତ ନୂତନ ସଂକ୍ରମଣ ଓ ୧୮ ମୃତ୍ୟୁ ରେକର୍ଡ କରାଯାଇଛି।
୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧୨,୭୮୧ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪୩, ୩୦୯୪୭୩ ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୧୮ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ ଜନିତ ମୃତ୍ୟୁସଂଖ୍ୟା ୫,୨୪,୮୭୩ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୮୫୭୩ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୭,୦୭୯,୦୦।

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୭୬୭୦୦।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୯୬,୧୮,୬୬,୭୦୭ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୮୫,୮୧,୩୭,୭୧୩ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୨,୯୬,୦୫୦ଟି ନମୁନା ।