
ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ରାଜ୍ୟରେ ପୁଣି ବଢ଼ିଲା ସଂକ୍ରମଣ । ଗତକାଲି ମାତ୍ର ୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୬ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୩ ଜଣ ସ୍ଥାନୀୟ ସଂକ୍ରମଣରୁ ପଜିଟିଭ ଚିହ୍ନଟ ହୋଇଛନ୍ତି।
ଏଥିମଧ୍ୟରୁ ୩ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ମାତ୍ର ୪ଟି ଜିଲ୍ଲାରୁ ୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୨୬ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪ ଜଣ କରୋନା ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।