ଦେଶରେ ପୁଣି କାୟା ମେଲାଇଛି ସଂକ୍ରମଣ: ପୁଣି ୩ହଜାର ପାର କଲା ଦୈନିକ ସଂକ୍ରମିତଙ୍କ ସଂଖ୍ୟା

ନୂଆଦିଲ୍ଲୀ: ଦେଶରେ ପୁଣି ଉପର ମୁହାଁ ହେଲା କରୋନା ସଂକ୍ରମଣ | ଉପର ତଳ ହେଉଥିବା କରୋନା ଗ୍ରାଫ୍ ଏବେ ପୁଣି ଥରେ ଉପର ମୁହାଁ ହୋଇଛି | ଦେଶରେ ପୁଣି କାୟା ମେଲାଇଛି ସଂକ୍ରମଣ। ଏବେ କରୋନା ସଂକ୍ରମଣ କମିବା ପରେ ବଢିବା ଆରମ୍ଭ କରିଛି । ମୃତ୍ୟୁସଂଖ୍ୟା ବି ବଢିଛି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ପରେ ଦୁଇ ହଜାର ତଳକୁ ଖସିବା ପରେ ପୁଣି ବଢିଛି।

ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୩୬୮୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆଜିର ନୂତନ ସଂକ୍ରମଣକୁ ମିଶାଇ ବର୍ତ୍ତମାନ ଦେଶରେ ମୋଟ ସକ୍ରିୟ ମାମଲା ୧୮ ,୬୮୪ କୁ ବୃଦ୍ଧି ପାଇଛି । ଏଯାବତ୍ ସମୁଦାୟ ୪ ,୨୫ ,୩୩୩ ,୭୭ ସଂକ୍ରମିତ ସୁସ୍ଥ ହୋଇଛନ୍ତି ଏବଂ ୫ ,୨୩ ,୮୦୩ ଜଣଙ୍କ ମୃତ୍ୟୁ ଘଟିଛି । ଦେଶବ୍ୟାପୀ ସମୁଦାୟ ୧୮୮ କୋଟିରୁ ଅଧିକ ଡୋଜ୍ ଟୀକାକରଣ କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ କେବଳ ୨୨ ,୫୮ ,୦୫୯ ଡୋଜ୍ ଦିଆଯାଇଛି ।

Related Posts