
ଭୁବନେଶ୍ୱର ( ସତ୍ୟପାଠ ବ୍ୟୁରୋ ): ଆସନ୍ତା ସେପ୍ଟେମ୍ବର ୨୮ ତାରିଖରେ ବେଙ୍ଗାଲୁରୁରେ ଓଡ଼ିଶା ଇନଭେଷ୍ଟରସ ମିଟ୍ ଅନୁଷ୍ଠିତ ହେବ। ଏଥିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗ ଦେବେ। ମୁଖ୍ୟମନ୍ତ୍ରୀଙ୍କ ସହ ଶିଳ୍ପ ମନ୍ତ୍ରୀ ଓ ରାଜ୍ୟ ସରକାରଙ୍କ ଏକ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ଯୋଗ ଦେବେ। ଏନେଇ ଶିଳ୍ପମନ୍ତ୍ରୀ ପ୍ରତାପ ଦେବ ସୂଚନା ଦେଇଛନ୍ତି।
ଶିଳ୍ପମନ୍ତ୍ରୀ କହିଛନ୍ତି ଯେ, ମୁମ୍ବାଇ ଭଳି ବେଙ୍ଗାଲୁରୁରେ ବି ମୁଖ୍ୟମନ୍ତ୍ରୀ ନିବେଶକଙ୍କ ସହ ୱାନ୍ ଟୁ ୱାନ୍ ଭେଟିବା କାର୍ଯ୍ୟକ୍ରମ ରହିଛି। ୨୮ ତାରିଖ ସନ୍ଧ୍ୟାରେ ଓଡ଼ିଶା ଇନଭେଷ୍ଟରସ ମିଟ୍ ଅନୁଷ୍ଠିତ ହେବ। ଓଡ଼ିଶାରେ ବିଭିନ୍ନ କ୍ଷେତ୍ରରେ ପୁଞ୍ଜିନିବେଶ ପାଇଁ ନିବେଶକ ମାନଙ୍କୁ ନିମନ୍ତ୍ରଣ ଦିଆଯିବ। ଆସନ୍ତା ନଭେମ୍ବର ୩୦ରୁ ଡିସେମ୍ବର ୪ ତାରିଖ ପର୍ଯ୍ୟନ୍ତ ମେକ ଇନ ଓଡ଼ିଶା କନକ୍ଲେଭର ତୃତୀୟ ସଂସ୍କରଣ ଅନୁଷ୍ଠିତ ହେବାକୁ ଯାଉଛି।