ଆସନ୍ତା ଅଗଷ୍ଟ ୧ରୁ ପର୍ଯ୍ୟଟକ ମାନଙ୍କ ପାଇଁ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ

ଭୁବନେଶ୍ୱର ( ସତ୍ୟପାଠ ବ୍ୟୁରୋ ): ଭିତରକନିକା ଏବେ ଦେଶ ବିଦେଶର ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିଛି । କୁମ୍ଭୀରଙ୍କ ପ୍ରଜନନ ଋତୁ ପାଇଁ ପ୍ରତିବର୍ଷ ମଇ ୧ରୁ ଜୁଲାଇ ୩୧ ତାରିଖ ୩ ମାସ ଧରି ଭିତରକନିକା ବନ୍ଦ ରହିଥାଏ । ଏହି ସମୟରେ ପର୍ଯ୍ୟଟକଙ୍କ ପ୍ରବେଶ ଉପରେ କଟକଣା ଥାଏ । ଅଗଷ୍ଟ ୧ରୁ ପର୍ଯ୍ୟଟକଙ୍କ ପାଇଁ ଭିତରକନିକା ଜାତୀୟ ଉଦ୍ୟାନ ଖୋଲିବ ।ଏଥିପାଇଁ ବନବିଭାଗ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି । ଅଗଷ୍ଟ ୧ ତାରିଖରୁ ଭିତରକନିକା ଜାତୀୟ ଉଦ୍ୟାନ ମଧ୍ୟକୁ ପଲିଥିନ ପ୍ରବେଶ ଉପରେ କଟକଣା ଜାରି କରାଯାଇଛି ।

Related Posts