ଭୁବନେଶ୍ୱର,୩୦/୮(ସତ୍ୟପାଠ ବ୍ୟୁରୋ): ଆଜିଠୁ ତିନି ଦିନ ଭିଜିବ ଓଡ଼ିଶା। ବିଶେଷ ଭାବେ ଆଜି ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ବର୍ଷା ହେବ। ଗଂଜାମ, ଗଜପତି, ରାୟଗଡ଼ା,ମାଲକାନଗିରି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ତାସହ ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, ବରଗଡ଼, ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି ଭଳି ୧୭ ଜିଲ୍ଲାକୁ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।
କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ବର୍ତ୍ତମାନ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି। ପାଣିପାଗ ବିଭାଗ ପୂର୍ବାନୁମାନ କରିଛି, ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରିବ। ଏହା ଦୁଇ ଦିନରେ ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ହେବା ସମ୍ଭାବନା ରହିଛି। ପ୍ରଭାବରେ ୧ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।
ଗତକାଲି ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଆଉ ଏକ ଲଘୁଚାପ କ୍ଷେତ୍ର। କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ପାଣିପାଗ ବିଭାଗର ସୂଚନା ଅନୁସାରେ ଏହା ପଶ୍ଚିମ- ଉତ୍ତରପଶ୍ଚିମକୁ ମୁହାଁଇ କାଲି ସୁଦ୍ଧା ହେବ ସୁଦୃଶ୍ୟ ଲଘୁଚାପର ରୂପ ନେବ। ପରେ ଏହା ଉତ୍ତର ଆନ୍ଧ୍ର ଓ ଦକ୍ଷିଣ ଓଡ଼ିଶା ଉପକୂଳକୁ ଗତି କରିବ। ଦୁଇ ଦିନରେ ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ସମ୍ଭାବନା ରହିଛି।





