ନଦୀକୁ ମାଛ ଧରିବାକୁ ଯିବା ହେଲା କାଳ: ଟାଣିନେଲା କୁମ୍ଭୀର

ଭଦ୍ରକ : ଭଦ୍ରକ ଜିଲ୍ଲା ତିହିଡି ଥାନା ଅଧିନ କାଁପଡା ପଞ୍ଚାୟତ ଅଞ୍ଚଳରେ ଘଟିଛି ଏକ ଅଘଟଣ । କୁମ୍ଭୀର ଆକ୍ରମଣରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି ।

ସୂଚନାନୁସାରେ, ବରଣାକୁଳ ଗାଁର ବୁଦ୍ଧିରାମ ମଳିକ ତାଙ୍କର ଜଣେ ସାଙ୍ଗଙ୍କ ସହ ହୀରାଘାଇ ନିକଟକୁ ନଦୀରେ ମାଛ ଧରିବା ପାଇଁ ଯାଇଥିଲେ । ଏହାସହ ସେଠାରେ ଲଗାଇଥିବା ଜାଲ ଉଠାଉଥିଲେ । ଏହି ସମୟରେ ଏକ କୁମ୍ଭୀର ବୁଦ୍ଧିରାମଙ୍କୁ ନଦୀ କୁ ଟାଣି ନେଇଥିଲା । ତେବେ ପରେ ସ୍ଥାନୀୟ ଲୋକେ ଖବର ପାଇ ବନ ବିଭାଗ ଓ ଅଗ୍ନିଶମ ବାହିନୀକୁ ଏନେଇ ଜଣାଇଥିଲେ।

ଅଗ୍ନିଶମ ବାହିନୀ ସର୍ଚ୍ଚ ଅପରେସନ କରି ନଦୀରୁ ଏକ କିଲୋମିଟର ଦୂରରେ ଏକ ପଠାରେ କୁମ୍ଭୀର ମୁହଁରୁ ବୁଦ୍ଧିରାମଙ୍କ ମୃତଦେହ ଉଦ୍ଧାର କରିଥିଲେ । ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ଦେଖିବାକୁ ମିଳିଛି ।

Related Posts