କ୍ୟାବିନେଟ୍ ମନ୍ତ୍ରୀ ଭାବେ ଶପଥ ନେଲେ ଜଗନ୍ନାଥ ସାର୍କା ଓ ନିରଞ୍ଜନ ପୂଜାରୀ

ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): କ୍ୟାବିନେଟ୍ ମନ୍ତ୍ରୀ ଭାବେ ଶପଥ ନେଲେ ଜଗନ୍ନାଥ ସାର୍କା ଓ ନିରଞ୍ଜନ ପୂଜାରୀ । ତେବେ ଲୋକସେବା ଭବନର କନ୍ଭେନ୍ସନ୍ ହଲ୍ରେ ପଦ ଓ ଗୋପନୀୟତା ଶପଥ ପାଠ କରାଇଛନ୍ତି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ । ଏହି ଶପଥ ଗ୍ରହଣ ଉତ୍ସବରେ ମୁଖ୍ୟମନ୍ତ୍ରୀ ଉପସ୍ଥିତ ରହିଛନ୍ତି ।

ତେବେ ଆଜିର ଶପଥ ଗ୍ରହଣ ଉତ୍ସବରେ ପ୍ରଥମ ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ଜଗନ୍ନାଥ ସାରକା । ଏହାପରେ ନିରଞ୍ଜନ ପୁଜାରୀ, ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ପ୍ରମିଳା ମଲ୍ଲିକ, ଉଷା ଦେବୀ କ୍ୟାବିନେଟ୍ ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି । ପଦ ଓ ଗୋପନୀୟତାର ଶପଥ ପାଠ କରାଉଛନ୍ତି ରାଜ୍ୟପାଳ ପ୍ରଫେସର ଗଣେଷୀ ଲାଲ୍ ।

Related Posts