ପ୍ରକାଶ ପାଇଲା ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ

ଭୁବନେଶ୍ୱର : ପ୍ରକାଶ ପାଇଲା ଚଳିତ ବର୍ଷ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ଫଳ । ଅପରାହ୍ନ ୪ଟା ସମୟରେ ପରୀକ୍ଷା ଫଳ ଘୋଷଣା ହୋଇଛି । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ଏହା ପ୍ରକାଶ କରାଯାଇଛି ।

ସେହିପରି ଆସନ୍ତା ସପ୍ତାହରେ କଳାର ଫଳାଫଳ ପ୍ରକାଶ ପାଇବ । ଏ ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ସୂଚନା ଦେଇଛନ୍ତି ।

ବିଜ୍ଞାନରେ ୯୪ ପ୍ରତିଶତ ଓ ବାଣିଜ୍ୟରେ ୮୯ ପ୍ରତିଶତ ପିଲା ପାସ୍‌ କରିଛନ୍ତି ।ଯୁକ୍ତ ୨ ବିଜ୍ଞାନ ଓ ବାଣିଜ୍ୟ ଫଳ ୱେବ୍‌ସାଇଟ୍‌ www.orisssaresults.nic.inରେ ଉପଲବ୍ଧ ହୋଇଛି। ଛାତ୍ରଛାତ୍ରୀ ନିଜର ରୋଲ୍‌ ନମ୍ବର ଦାଖଲ କରି ରେଜଲ୍ଟ ଜାଣିପାରିବେ। ଏଥିସହ ସାମ୍‌ସ କଲେଜ ଇ-ସ୍ପେସ୍‌ରେ ମଧ୍ୟ ପରୀକ୍ଷାର୍ଥୀ ଫଳ ପାଇପାରିବେ। ସୂଚନାଯୋଗ୍ୟ, ଚଳିତ ବର୍ଷ ବିଜ୍ଞାନ ବିଭାଗର ୭୮ ହଜାର ଓ ବାଣିଜ୍ୟର ୨୪ ହଜାର ଛାତ୍ରଛାତ୍ରୀଙ୍କୁ ମିଶାଇ ପାଖାପାଖି ୧ ଲକ୍ଷ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ।ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ଦାଶ କହିଛନ୍ତି ଯେ, ଛାତ୍ରଛାତ୍ରୀଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ପ୍ରଥମ ପର୍ଯ୍ୟାୟରେ ବୁଧବାର ବିଜ୍ଞାନ ଓ ବାଣିଜ୍ୟ ବିଭାଗର ପରୀକ୍ଷାଫଳ ପ୍ରକାଶ କରାଯାଇଛି। କଳା ଓ ଧନ୍ଦାମୂଳକ ବିଭାଗର ଉତ୍ତର ଖାତା ମୂଲ୍ୟାୟନ ଶେଷ ହୋଇଛି। ଏବେ ଟାବୁଲେସନ ଜାରି ରହିଛି। ଅଗଷ୍ଟ ପ୍ରଥମ ସପ୍ତାହରେ ଉକ୍ତ ଦୁଇ ବିଭାଗର ପରୀକ୍ଷାଫଳ ପ୍ରକାଶ କରିବାକୁ ଲକ୍ଷ୍ୟ ରଖାଯାଇଛି।

Related Posts