କନ୍ଧମାଳ ସେବାଶ୍ରମ ଲଜ୍ଜା : ପ୍ରଧାନଶିକ୍ଷୟିତ୍ରୀ ନିଲମ୍ବିତ

କନ୍ଧମାଳ- କନ୍ଧମାଳ ସେବାଶ୍ରମରେ ଅଷ୍ଟମ ଶ୍ରେଣୀ ଛାତ୍ରୀ ପ୍ରସବ କରିବା ଘଟଣାରେ ନିଆଯାଇଛି କାର୍ଯ୍ୟାନୁଷ୍ଠାନ । ସେବାଶ୍ରମର ପ୍ରଧାନଶିକ୍ଷୟିତ୍ରୀ ରାଧାରାଣୀ ଦଳେଇକୁ ନିଲମ୍ବିତ କରାଯାଇଛି । ଦାରିଙ୍ଗବାଡି ବ୍ଲକ ମଙ୍ଗଳ ସଂପ୍ରସାରଣ ଅଧିକାରୀ ଏନେଇ ସୂଚନା ଦେଇଛନ୍ତି । ପ୍ରଧାନ ଶିକ୍ଷୟିତ୍ରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇର୍ ରାଜ୍ୟ ସରକାରଙ୍କୁ ଚିଠି ଲେଖି ସୁପାରିଶ କରିଥିଲେ କନ୍ଧମାଳ ଜିଲ୍ଲାପାଳ ।

ସେପଟେ ଗତକାଲି ଏହି ଘଟଣାରେ ଆବାସିକ ସ୍କୁଲର ୩ଜଣ ଆସିଷ୍ଟାଣ୍ଟ ସୁପରିଟେଣ୍ଡେଣ୍ଟଙ୍କୁ ନିଲମ୍ବିତ କରିଛି ଜିଲ୍ଲା ପ୍ରଶାସନ । ଏହାସହ ଜଣେ ଏଏନଏମ୍, ୨ଜଣ ମାଟ୍ରନ ଓ ୨ କୁକ୍ କମ୍ ଆଟେଣ୍ଡାଣ୍ଟଙ୍କୁ ମଧ୍ୟ କାର୍ଯ୍ୟରୁ ଅବ୍ୟାହତି ଦିଆଯାଇଛି । ଆବାସିକ ବିଦ୍ୟାଳୟରେ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରୀ ପ୍ରସବ କରିଥିବା ଖବର ପ୍ରଚାରିତ ହେବା ପରେ ଏହାକୁ ନେଇ ସମଗ୍ର ରାଜ୍ୟରେ ତୀବ୍ର ଆଲୋଡନ ସୃଷ୍ଟି ହୋଇଥିଲା । ଅଭିଯୁକ୍ତ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ଦାବୀରେ ଲୋକେ ରାସ୍ତାରୋକ କରିବା ପରେ ମନ୍ତ୍ରୀ ରମେଶ ମାଝୀ ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଥିଲେ । ତେବେ ପୁଲିସ ଘଟଣା ସହ ସଂପୃକ୍ତି ଅଭିଯୋଗରେ ଜଣେ ଯୁବକଙ୍କୁ ଅଟକ ରଖି ପଚରାଉଚୁରା କରୁଛି ।

Related Posts