ଓଡ଼ିଶାରେ ସର୍ବକାଳୀନ ରେକର୍ଡ଼ ଭାଙ୍ଗିଲା କରୋନା : ୨୪ ଘଣ୍ଟାରେ ୧୨,୨୩୮ ଆକ୍ରାନ୍ତ ଚିହ୍ନଟ , ୧୯ ମୃତ

(ସତ୍ଯପାଠ ବ୍ୟୁରୋ) ଭୁବନେଶ୍ବର : ରାଜ୍ୟରେ ସର୍ବକାଳୀନ ରେକର୍ଡ଼ ଭାଙ୍ଗିଛି କରୋନା ସଂକ୍ରମଣ। ଆଜି ଦିନକରେ ୧୨ ହଜାର ଅତିକ୍ରମ କରିଛି ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୨,୨୩୮ କରୋନା ପଜିଟିଭ ଚହ୍ନଟ ହୋଇଥିବା ବେଳେ ୧୯ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଅନୁଗୁଳରୁ ଜଣେ, ଖୋର୍ଦ୍ଧାରୁ ୪ ଜଣ, ବଲାଙ୍ଗିରରୁ ଜଣେ, କଟକରୁ ଜଣେ, ଦେବଗଡ଼ରୁ ଜଣେ, ଗଞ୍ଜାମରୁ ୨ ଜଣ, ଗଜପତିରୁ ଜଣେ, ଝାରସୁଗୁଡ଼ାରୁ ଜଣେ, କଳାହାଣ୍ଡିରୁ ଜଣେ, ପୁରୀରୁ ୨ ଜଣ, ସୁନ୍ଦରଗଡ଼ରୁ ୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁସଂଖ୍ୟା ୨,୧୪୦କୁ ବୃଦ୍ଧି ପାଇଛି। ୧୨୨୩୮ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୨୦୭୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏହା ତଳକୁ ରହିଛି ଖୋର୍ଦ୍ଧା ଜିଲ୍ଲା ଯେଉଁଠୁ ୧୮୨୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି କଟକ ଜିଲ୍ଲାରୁ ୯୧୬ ଜଣ , କଳାହାଣ୍ଡି ଜିଲ୍ଲାରୁ ୫୮୦ ଜଣ , ସମ୍ବଲପୁରରୁ ୫୪୪, ଅନୁଗୋଳ ଜିଲ୍ଲାରୁ ୪୮୦, ବାଲେଶ୍ୱର ଜିଲ୍ଲାରୁ ୪୩୭, ବରଗଡ଼ ଜିଲ୍ଲାରୁ ୪୭୫, ଭଦ୍ରକରୁ ୩୮୧,ଗଞ୍ଜାମରୁ ୩୧୨, ଯାଜପୁର ଜିଲ୍ଲାରୁ ୩୧୮, ଝାରସୁଗୁଡ଼ା ଜିଲ୍ଲାରୁ ୩୦୬ ଓ ପୁରୀରୁ ୩୬୯ ଜଣ ଚିହ୍ନଟ ହୋଇଛନ୍ତି । ସେହିପରି ବଲାଙ୍ଗିର ଜିଲ୍ଲାରୁ ୨୬୦ ଜଣ , ବୌଦ୍ଧରୁ ୧୨୮, ଦେବଗଡ଼ରୁ ୬୦, ଢେଙ୍କାନାଳରୁ ୧୪୨, ଗଜପତିରୁ ୯୧, ଜଗତସିଂହପୁରରୁ ୧୬୮, କନ୍ଧମାଳରୁ ୬୯, କେନ୍ଦ୍ରାପଡ଼ାରୁ ୧୯୨, କେନ୍ଦୁଝରରୁ ୧୭୯, କୋରାପୁଟରୁ ୧୩୦, ମାଲକାନଗିରିରୁ ୬୦, ମୟୂରଭଞ୍ଜରୁ ୨୫୭, ନବରଙ୍ଗପୁରରୁ ୨୮୨, ନୟାଗଡ଼ରୁ ୧୯୪, ନୂଆପଡ଼ାରୁ ୨୯୦, ରାୟଗଡ଼ାରୁ ୨୦୧ , ସୋନପୁରରୁ ୧୫୯ ଜଣ , ଷ୍ଟେଟ ପୁଲରୁ ୩୫୭ ଜଣ ଚିହ୍ନଟ ହୋଇଛନ୍ତି । ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧୨୨୩୮ ଆକ୍ରାନ୍ତଙ୍କ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫ ଲକ୍ଷ ୧୨ ହଜାର ୪୦୦ରେ ପହଞ୍ଚିଛି। ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୪ ଲକ୍ଷ ୨୩ ହଜାର ୨୫୭ ଜଣ ସଂକ୍ରମିତ କରୋନାରୁ ସୁସ୍ଥ ହୋଇଥିବା ବେଳେ ୮୬ ହଜାର ୯୫୦ ଆକ୍ଟିଭ କେସ୍ ରହିଛି।

Related Posts