ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ପଶ୍ଚିମ ଏସିଆ ପରିସ୍ଥିତି ଯୋଗୁଁ ସମଗ୍ର ବିଶ୍ୱରେ ଦେଖାଦେଇଥିବା ତୈଳ ସଂକଟ ପରିପ୍ରେକ୍ଷୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ବିଭିନ୍ନ ଖର୍ଚ୍ଚକାଟ, ବିଶେଷକରି ପେଟ୍ରୋଲ ବ୍ୟବହାର କମ୍ କରିବାକୁ ଆହ୍ୱାନ ଦେଇଛନ୍ତି। ଏହା ମଧ୍ୟରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପ୍ରଧାନମନ୍ତ୍ରୀଙ୍କ ଏହି ଆହ୍ୱାନକୁ ସ୍ୱାଗତ କରି ତାଙ୍କ ନିଜ ବ୍ୟକ୍ତିଗତ ସୁରକ୍ଷା ପାଇଁ ଯାଉଥିବା ଗାଡି ଗୁଡିକୁ କମ୍ କରି ଅଧା କରିଦେଇଛନ୍ତି।
ଏହା ସହିତ, ପ୍ରଧାନମନ୍ତ୍ରୀଙ୍କ ଏହି ଆହ୍ୱାନକୁ ଗୁରୁତ୍ୱ ଦେଇ, ବ୍ୟକ୍ତିଗତ ଗାଡିରେ ଯିବାଆସିବା କମ୍ କରିବା ସହିତ, ଅଧିକ ମାତ୍ରାରେ ପବ୍ଲିକ ଟ୍ରାନ୍ସପୋର୍ଟ ବ୍ୟବହାର କରିବାକୁ ରାଜ୍ୟବାସୀଙ୍କୁ ନିବେଦନ କରିଛନ୍ତି। କେବଳ ଆବଶ୍ୟକ ସ୍ଥଳରେ ଗାଡି ବ୍ୟବହାର କରି ଅନାବଶ୍ୟକ ବ୍ୟବହାର ବନ୍ଦ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ଏହା ସହିତ ସୁନା କିଣିବା ଓ ଅନାବଶ୍ୟକ ବିଦେଶଗସ୍ତ ନକରିବାକୁ ମଧ୍ୟ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।
