ଭୁବନେଶ୍ୱର,୨୧/୫(ସତ୍ୟପାଠ ବ୍ୟୁରୋ): ଦଳବିରୋଧୀ କାର୍ଯ୍ୟ ପାଇଁ ବିଜେପିର ବରିଷ୍ଠ ନେତା ଖାରବେଳ ସ୍ବାଇଁଙ୍କୁ ଦଳରୁ ବହିସ୍କାର କରାଯାଇଛି। ଏ ନେଇ ଦଳ ତରଫରୁ ଏକ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ସେ ଚଳିତ ନିର୍ବାଚନରେ ଦଳ ବିରୋଧୀ କାର୍ଯ୍ୟ କରିଥିବାରୁ ତାଙ୍କୁ ଦଳ ବହିସ୍କାର କରିଛି।ଶ୍ରୀ ସ୍ୱାଇଁଙ୍କ ସମେତ ରେମୁଣାର ବିଜୟ କୁମାର ସେଠୀ, ଜଳେଶ୍ୱରର ଦିବ୍ୟକାମ ମହାନ୍ତି, ଉଦଳାର କାଳୀଚରଣ ପାତ୍ର, କରଞ୍ଜିଆର ଯୁଗଳ କିଶୋର ନାୟକ ଓ ବରିର କବିର ଦାସଙ୍କୁ ଦଳରୁ ବହିଷ୍କାର କରାଯାଇଛି ବୋଲି ଜଣାପଡ଼ିଛି।





