ଲାଲକୃଷ୍ଣ ଆଡଭାନୀଙ୍କୁ ମିଳିବ ଭାରତ ରତ୍ନ ସମ୍ମାନ

ଭୁବନେଶ୍ୱର (ସତ୍ୟପାଠ ବ୍ୟୁରୋ): ଭେଟେରାନ ଲାଲକୃଷ୍ଣ ଆଡଭାନୀଙ୍କୁ ମିଳିବ ଭାରତ ରତ୍ନ ସମ୍ମାନ। ଏନେଇ ସୋସିଆଲ ମିଡ଼ିଆ ଏକ୍ସରେ ସୂଚନା ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଆଡଭାନୀଙ୍କ ସହ କଥା ହୋଇ ଶୁଭେଚ୍ଛା ଜଣାଇଛି କହିଲେ ମୋଦି।

ସେ କହିଛନ୍ତି, ‘ଆମ ସମୟର ସବୁଠୁ ସମ୍ମାନନୀୟ ରାଷ୍ଟ୍ରନେତା ହେଉଛନ୍ତି ଆଡଭାନୀ। ଭାରତର ପ୍ରଗତି ପାଇଁ ତାଙ୍କର ଯୋଗଦାନ ସ୍ମରଣୀୟ। ତୃଣମୂଳ ସ୍ତରରୁ ଯାତ୍ରା ଆରମ୍ଭ କରି ଉପପ୍ରଧାନମନ୍ତ୍ରୀ ହୋଇଥିଲେ। ସ୍ୱରାଷ୍ଟ୍ର, ସୂଚନା ଓ ପ୍ରସାରଣ ମନ୍ତ୍ରୀ ଭାବେ ସେ କାର୍ଯ୍ୟ କରିଛନ୍ତି। ସଂସଦୀୟ ଅଭିଜ୍ଞତା ସବୁବେଳେ ଉଦାହରଣ ହୋଇ ରହିବ’।

Related Posts