ଗୁରୁଗ୍ରାମ : ଆଖି ବୁଜିଲେ ସମାଜବାଦୀ ପାର୍ଟି ପ୍ରତିଷ୍ଠାତା ତଥା ପୂର୍ବତନ ୟୁପି ମୁଖ୍ୟମନ୍ତ୍ରୀ ମୁଲାୟମ ସିଂହ ଯାଦବ । ୮୨ ବର୍ଷ ବୟସରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି । ମେଦାନ୍ତ ହସ୍ପିଟାଲରେ ତାଙ୍କର ମୃତ୍ୟୁ ହୋଇଛି ।
ଗତ ୧୦ ଧରି ସେ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ଆଇସିୟୁ ଲାଇଫ ସପୋର୍ଟ ସିଷ୍ଟମରେ ରହି ଚିକିତ୍ସା ଚାଲିଥିଲା। ଦୀର୍ଘଦିନ ଧରି ସେ ମୃତ୍ୟୁ ସହ ସଂଗ୍ରାମ କରିବା ପରେ ସୋମବାର ସକାଳ ପ୍ରାୟ ସାଢେ ୮ଟା ସମୟରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ମୁଲାୟମ ସିଂ ଯାଦବଙ୍କ ମୃତ୍ୟୁ ପରେ ତାଙ୍କ ସମର୍ଥକ ତଥା ରାଜନୈତିକ ମହଲରେ ଶୋକର ଛାୟା ଖେଳିଯାଇଛି ।
