ବିଧାନସଭାର ବଜେଟ୍ ଅଧିବେଶନ: ୫ କୋଟିରୁ ଅଧିକ ଟିକା ଦିଆଗଲାଣି: ରାଜ୍ୟପାଳ

ଆଜିଠାରୁ ଆରମ୍ଭ ହୋଇଛି ବିଧାନସଭାର ବଜେଟ୍ ଅଧିବେଶନ । ତେବେ ଅଧିବେସନ ଆରଂଭରୁ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ତାଙ୍କ ଅଭିଭାଷଣ ରଖିଛନ୍ତି । କୁହାଯାଇଛି ଯେ ସୁସ୍ଥ ଓଡ଼ିଶା, ସୁଖୀ ଓଡ଼ିଶା ଓ ସମସ୍ତଙ୍କ ପାଇଁ ସ୍ୱାସ୍ଥ୍ୟ ସେବା ଆମ ପାଇଁ ମୂଲ୍ୟବାନ୍।

କରୋନା ମୁକାବିଲା ପାଇଁ ୫ କୋଟିରୁ ଅଧିକ ଟିକା ଦିଆଗଲାଣି, କରୋନା ଟେଷ୍ଟିଂ ପାଇଁ ବ୍ଲକ ସ୍ତରରେ ବି ବ୍ୟବସ୍ଥା କରାଯାଇଛି। କୋଭିଡ ସମୟରେ ୨୧ କୋଟି ଶ୍ରମଦିବସ ଜରିଆରେ ଲୋକଙ୍କୁ ରୋଜଗାର ଯୋଗାଇ ଦିଆଯାଇଛି।

ଚାଷୀଙ୍କୁ ବିନା ସୁଧରେ ୫୦ ହଜାର ଟଙ୍କା ଯାଏ ଋଣର ବ୍ୟବସ୍ଥା କରାଯାଇଛି। ୨୦୨୧-୨୦୨୨ ଆର୍ଥିକ ବର୍ଷ ପାଇଁ ୫୫୦୦ କୋଟି ଟଙ୍କାର ଅବକାରୀ ରାଜସ୍ୱ ଆଦାୟ ଲକ୍ଷ୍ୟ ଧାର‌୍ୟ୍ୟ କରାଯାଇଥିବା ବେଳେ ବର୍ତ୍ତମାନ ସୁଦ୍ଧା ୩,୬୫୩ କୋଟି ଟଙ୍କାର ରାଜସ୍ୱ ସଂଗ୍ରହ କରାଯାଇଛି ।

ଅନ୍ୟପଟେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ତାଙ୍କ ଅଭିଭାଷ ରଖି ସିଡିଏସ୍ ବିପିନ ରାୱତଙ୍କ ସହ ଦିବଙ୍ଗତ ବିଧାନସଭାର ସଦସ୍ୟ ତଥା ପୂର୍ବତନ ବାଚସ୍ପତି କିଶୋର ମହାନ୍ତି, ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ବାଳଙ୍କ ସମେତ ୯ ଜଣ ପୂର୍ବତନ ବିଧାୟକ ଓ କୋଭିଡ୍ ଯୋଦ୍ଧାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ। ଏଥିସହ ସେ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇଥଲେ।

Related Posts