ଭୁବନେଶ୍ୱର,୨୪/୨(ସତ୍ୟପାଠ ବ୍ୟୁରୋ): ବିଧାନସଭା ବଜେଟ ଅଧିବେଶନର ଚତୁର୍ଥ ଦିବସରେ ଶୁକ୍ରବାର ଗୃହ କାର୍ଯ୍ୟ ଆରମ୍ଭରୁ ଚାଷୀ ଆତ୍ମହତ୍ୟା ପ୍ରସଙ୍ଗ ଉଠାଇ ବିରୋଧୀ ଦଳ ସଦସ୍ୟମାନେ ଗୃହରେ ହଟ୍ଟଗୋଳ କରିଛନ୍ତି ।ଫଳରେ ବାଚସ୍ପତି ଗୃହକୁ ୧୧.୩୦ ଯାଏ ମୁଲତବି କରିଛନ୍ତି ।
ଆଜି ଗୃହ କାର୍ଯ୍ୟ ଆରମ୍ଭ ହେବା ମାତ୍ରେ ଚାଷୀ ଆତ୍ମହତ୍ୟା ପ୍ରସଙ୍ଗ ଉଠାଇ ବିରୋଧୀ ବିଜେପି ଓ କଂଗ୍ରେସ ଦଳର ସଦସ୍ୟମାନେ ଗୃହର ମଧ୍ୟଭାଗକୁ ଆସି ହଟ୍ଟଗୋଳ କରିଥିଲେ । ବାଚସ୍ପତି ବିକ୍ରମ କେଶରୀ ଆରୁଖଙ୍କ ଅନୁରୋଧ ସତ୍ତ୍ବେ ହୋ ହାଲ୍ଲା ଓ ହଟ୍ଟଗୋଳ ଜାରି ରହିବାରୁ ସେ ଗୃହକୁ ଦିନ ୧୧.୩୦ ଯାଏ ମୁଲତବି ଘୋଷଣା କରିଛନ୍ତି।
ସୂଚନାଯୋଗ୍ୟ ଯେ, ଆଜି ଅପରାହ୍ନରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ବଜେଟ ଉପସ୍ଥାପନ କରିବେ। ନବୀନ ପଟ୍ଟନାୟକ ସରକାରଙ୍କ ପଞ୍ଚମ ପାଳିର ଏହା ହେବ ଶେଷ ପୂର୍ଣ୍ଣାଙ୍ଗ ବଜେଟ ।
