ଭୁବନେଶ୍ୱର,୨୩/୧(ସତ୍ୟପାଠ ବ୍ୟୁରୋ): ହଟିଲା ନିଲମ୍ବନ; କଂଗ୍ରେସକୁ ଫେରିଲେ ମୋକିମ୍, ଚିରଞ୍ଜୀବ ଓ ସଗରିଆ
ଭୁବନେଶ୍ୱର (ସତ୍ୟପାଠ ବ୍ୟୁରୋ): କଟକ ବାରବାଟୀ ବିଧାୟକ ମହମ୍ମଦ ମୋକିମ୍, ପୂର୍ବତନ ବିଧାୟକ ଚିରଞ୍ଜୀବ ବିଶ୍ବାଳ ଓ ପୂର୍ବତନ ବିଧାୟକ କୃଷ୍ଣ ସଗରିଆଙ୍କ ଉପରୁ ନିଲମ୍ବନ ହଟାଇଲା କଂଗ୍ରେସ। ଏହି ନିଲମ୍ବିତ ନେତା କଂଗ୍ରେସ ଦଳକୁ କଂଗ୍ରେସ ଫେରିଲେ। ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ଅଜୟ କୁମାର ତିନି ନେତାଙ୍କ ନିଲମ୍ବନ ପ୍ରତ୍ୟାହାର ସଂପର୍କରେ ଘୋଷଣା କରିଛନ୍ତି।
ସୂଚନାଯୋଗ୍ୟ, ପ୍ରଭାରୀ ଦାୟିତ୍ବ ନେବା ପରେ ଦ୍ବିତୀୟ ଥର ଲାଗି ଓଡ଼ିଶାକୁ ଆସିଛନ୍ତି କଂଗ୍ରେସ ପ୍ରଭାରୀ ଅଜୟ କୁମାର। କଂଗ୍ରେସରୁ ନିଲମ୍ବିତ ତିନି ନେତା ବିଧାୟକ ମହମ୍ମଦ ମୋକିମ୍, ପୂର୍ବତନ ବିଧାୟକ ଚିରଞ୍ଜୀବ ବିଶ୍ବାଳ, ପୂର୍ବତନ ବିଧାୟକ କୃଷ୍ଣ ସଗରିଆ ଓ ଅଜୟ କୁମାରଙ୍କ ମଧ୍ୟରେ ଗତକାଲି ଦୀର୍ଘ ସମୟ ଧରି ଆଲୋଚନା ହୋଇଥିଲା। ଏଥିସହିତ ତିନି ନେତା ଦଳକୁ ଫେରିବେ ବୋଲି ଚର୍ଚ୍ଚା ଆରମ୍ଭ ହୋଇଥିଲା।
ତେବେ ଗତବର୍ଷ ଜୁଲାଇ 15ରେ ଦଳ ବିରୋଧୀ କାର୍ଯ୍ୟ ପାଇଁ ମୋକିମ୍ ଓ ଚିରଞ୍ଜୀବ କଂଗ୍ରେସରୁ ନିଲମ୍ବିତ ହୋଇଥିଲେ। ସେହିପରି 2019 ଜାନୁଆରୀ 19ରେ ଦଳରୁ ନିଲମ୍ବିତ ହୋଇଥିଲେ କୃଷ୍ଣ ସଗରିଆ।





