୧୨ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା; ପଢନ୍ତୁ କେଉଁ କେଉଁ ଜିଲ୍ଲାକୁ ରହିଛି ସତର୍କ ସୂଚନା…

ଛତିଶଗଡ-ଓଡିଶା-ଝାଡଖଣ୍ଡ ସୀମାନ୍ତ ସ୍ଥଳଭାଗ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଉତ୍ତର ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଦକ୍ଷିଣ ଓଡିଶାର କିଛି କିଛି ସ୍ଥାନରେ ବର୍ଷା ହୋଇପାରେ । ଆଜି ରାଜ୍ୟର ୧୨ଟି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ଅନୁମାନ କରାଯାଉଛି । ଏହି ସମୟରେ ଘଡ଼ଘଡ଼ି ହେବାର ସମ୍ଭାବନା ଥିବାରୁ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସତର୍କ ପରାମର୍ଶ ଦିଆଯାଇଛି ।

୧୨ଟି ଜିଲ୍ଲାବାସିନ୍ଦାଙ୍କୁ ଦିନ ୧୦ଟା ୪୫ ଯାଏ ସତର୍କ ରହିବାକୁ ପାଣିପାଗ ବିଭାଗ ପରାମର୍ଶ ଦେଇଛି । ସେହି ଜିଲ୍ଲାଗୁଡ଼ିକ ହେଲା ଅନୁଗୋଳ, ଢେଙ୍କାନାଳ, ଖୋର୍ଦ୍ଧା, ପୁରୀ, କଟକ, କେନ୍ଦ୍ରାପଡ଼ା, ଯାଜପୁର, ଜଗତସିଂହପୁର, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ ଓ ନୟାଗଡ଼ ।

ଅନ୍ୟପକ୍ଷରେ ଗତକାଲିଠାରୁ ଜାରି ରହିଥିବା ବର୍ଷା ଆଗାମୀ ତିନି ଦିନ ଯାଏଁ ଆହୁରି ବର୍ଷିବ । ପାଣିପାଗ ବିଭାଗ ୪ଦିନ ପାଇଁ ବିଭିନ୍ନ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି । ସେପ୍ଟେମ୍ବର ୧୧ରୁ ୧୪ ଯାଏଁ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି ।

Related Posts