ବିଲରେ କାମ କରିବାବେଳେ ବଜ୍ରାଘାତ, ୩ ଗୁରୁତର ଡାକ୍ତରଖାନାରେ ଭର୍ତ୍ତି

ଭୁବନେଶ୍ୱର ( ସତ୍ୟପାଠ ବ୍ୟୁରୋ ): ଭଦ୍ରକ ଜିଲ୍ଲାରେ ବଜ୍ରାଘାତରେ ୩ ଜଣ ଗୁରୁତର ହୋଇଛନ୍ତି । ୨ ଗୁରୁତର ଧାମନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସିତ ହେଉଥିବା ବେଳେ ଅନ୍ୟ ଜଣଙ୍କୁ ଗୁରୁତର ଅବସ୍ଥାରେ ଭଦ୍ରକ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି ।ସୂଚନାଯୋଗ୍ୟ ଯେ, ଶୁକ୍ରବାର ମଧ୍ୟାହ୍ନରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ଆରମ୍ଭ ହୋଇଥିଲା ।ଧାମନଗର ଥାନା ଅନ୍ତର୍ଗତ ନନ୍ଦିପୁର ଗ୍ରାମର ତିନି ଜଣ ବିଲରେ କାମ କରୁଥିବା ସମୟରେ ବଜ୍ରପାତ ହୋଇଥିଲା । ସେହି ଜମିରେ ହିଁ ୩ ଜଣ ଟଳି ପଡ଼ିଥିଲେ । ସ୍ଥାନୀୟ ଲୋକ ଉଦ୍ଧାର କରି ପ୍ରଥମେ ଧାମନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ । ସେମାନଙ୍କ ମଧ୍ୟରୁ ପ୍ରଭାକର ସାହୁଙ୍କ ଅବସ୍ଥା ଗୁରୁତର ହେବାରୁ ଭଦ୍ରକ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିବା ବେଳେ ଅନ୍ୟ ଦୁଇ ଜଣ ଅନିରୁଦ୍ଧ ବେହେରା ଓ ପ୍ରଶାନ୍ତ ନାୟକ ଧାମନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି ହୋଇଛନ୍ତି । ସେମାନଙ୍କ ଅବସ୍ଥା ସ୍ଥିର ଥିବା ସୂଚନା ମିଳିଛି ।

Related Posts