ବିଗତ ୨୪ ଘଣ୍ଟାରେ ଭାରତରେ କୋଭିଡ଼ ମୃତ୍ୟୁ ସଂଖ୍ୟା ୨୭୬୭, ମହାରାଷ୍ଟ୍ରରେ ସର୍ବାଧିକ ୬୭୬

maharatra

(ସତ୍ୟପାଠ ବ୍ୟୁରୋ) ଭୁବନେଶ୍ବର : ଭାରତରେ ଗତ ୨୪ ଘଣ୍ଟାରେ ସର୍ବାଧିକ ୨୭୬୭ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। କରୋନାରେ ପ୍ରାଣ ହରାଇଥିବା ରୋଗୀଙ୍କ ମଧ୍ୟରୁ ୮୦.୨୩ ପ୍ରତିଶତ ମୃତକ କେବଳ ୧୦ଟି ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳର। ଗତ ୨୪ ଘଣ୍ଟାରେ ମହାରାଷ୍ଟ୍ରରେ ସର୍ବାଧିକ ୬୭୬ କରୋନା ଆକ୍ରାନ୍ତ ପ୍ରାଣ ହରାଇଥିବା ବେଳେ ତା ତଳକୁ ଦିଲ୍ଲୀ(୩୫୭) ରହିଛି । ସେହିପରି କର୍ଣ୍ଣାଟକ, ଉତ୍ତରପ୍ରଦେଶ ଓ ଛତିଶଗଡ଼ ରେ ମଧ୍ୟ ଗତ ୨୪ ଘଣ୍ଟା ମଧ୍ୟରେ ୨୦୦ ରୁ ଅଧିକ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି।
ଗତ ୨୪ ଘଣ୍ଟାରେ ଦେଶରେ ସର୍ବାଧିକ ୩ଲକ୍ଷ ୪୯ ହଜାର ୬୯୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୬୯ ଲକ୍ଷ ୬୦ ହଜାର ୧୭୨ରେ ପହଞ୍ଚିଛି। ସେହିପରି ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୯୨ ହଜାର ୩୧୧କୁ ବୃଦ୍ଧି ପାଇଛି।କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ଦେଇଥିବା ତଥ୍ୟ ଅନୁସାରେ ଗତ ୨୪ ଘଣ୍ଟା ମଧ୍ୟରେ ୨ ଲକ୍ଷ ୧୭ ହଜାର ୧୧୩ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥ ସଂଖ୍ୟା ୧ କୋଟି ୪୦ ଲକ୍ଷ ୮୫ ହଜାର ୧୧୦ରେ ପହଞ୍ଚିଛି। ବର୍ତ୍ତମାନ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨୬ଲକ୍ଷ ୮୨ ଜହାର ୭୫୧ ରହିଛି ।

Related Posts